ଭୁବନେଶ୍ବର, ୧୭।୧୧ : ହ୍ୟୁମାନ ସାଗରଙ୍କ ଦେହାନ୍ତ ବିଷୟରେ ଜାଣି ଗଭୀର ଭାବେ ଦୁଃଖିତ ବୋଲି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜଣାଇଛନ୍ତି। ତାଙ୍କର ଭାବପୂର୍ଣ୍ଣ ସଙ୍ଗୀତ ଅଗଣିତ ଶ୍ରୋତାଙ୍କ ହୃଦୟଙ୍କୁ ଛୁଇଁଛି ଏବଂ ଓଡିଆ ସଙ୍ଗୀତ ପ୍ରତି ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ ବୋଲି ସେ କହିଛନ୍ତି।

​​​​​​​

ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ନବୀନ ସମବେଦନା ଜଣାଇଛନ୍ତି।