ଭୁବନେଶ୍ବର,୧୮।୮ :  ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ  ହସ୍ପିଟାଲ ବେଡରୁ ବାର୍ତ୍ତା ଦେଇଛନ୍ତି। ସମ୍ ଅଲ୍ଟିମେଟ ମେଡିକେୟାରରେ ଚିକିତ୍ସିତ ହେଉଛି। ଡାକ୍ତର, କର୍ମଚାରୀ ଉତ୍ତମ ଯତ୍ନ ନେଉଛନ୍ତି ।  ଶୁଭେଛା ପାଇଁ  ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି। ମୋତେ ଦେଖିବାକୁ ଚାହିଁଲେ ନବୀନ ନିବାସ ଆସି ଭେଟିପାରିବେ  ବୋଲି ସେ କହିଛନ୍ତି। 

 ନବୀନ ପଟ୍ଟନାୟକଙ୍କୁ ସୋମବାର ଅପରାହ୍ଣରେ ସମ୍ ଅଲ୍ଟିମେଟ ମେଡିକେୟାରର ଅବଜରଭେସନ୍ ରୁମ୍‌ରୁ କ୍ୟାବିନ୍‌କୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ପରିଲକ୍ଷିତ ହେଉଛି ଏବଂ ତାଙ୍କ କଣ୍ଡିସନ୍ ଷ୍ଟେବୁଲ ରହିଥିବା ସମ୍ମମ ପକ୍ଷରୁ ମେଡିକାଲ୍ ବୁଲେଟିନ୍‌ରେ କୁହାଯାଇଛି ।

ସୂଚନାଯୋଗ୍ୟ, ନବୀନ  ରବିବାର ଅସୁସ୍ଥ ହେବାରୁ ତାଙ୍କୁ ଭୁବନେଶ୍ବରର ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ ଭର୍ତ୍ତି କରାଯାଇଥିଲା।  ତାଙ୍କୁ ଡିହାଇଡ୍ରେସନ ହୋଇଥିଲା।  ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ ପାଇଁ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଥିଲେ।