ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେଡିର ପ୍ରସ୍ତୁତି ବୈଠକ, ନିର୍ବାଚନ ପ୍ରଚାର ପାଇଁ ଟିକିରି ଆସିବେ ମୁଖ୍ୟମନ୍ତ୍ରୀ

କାଶୀପୁର, ୩୦।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନ ପ୍ରଚାର ପାଇଁ ଆସନ୍ତା ମେ ୪ରେ କାଶୀପୁର ବ୍ଲକ ଟିକିରି ଆସୁଥିବା ସୂଚନା । ଏହି ଅବସରରେ ଟିକିରିସ୍ଥିତ ନଟରାଜ ପେଟ୍ରୋଲ ପମ୍ପ ନିକଟସ୍ଥ ପଡ଼ିଆରେ ବିଜେଡିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ବିଜେଡି ରାୟଗଡ଼ା ଜିଲ୍ଲା ସଭାପତି ଏନ ଭାସ୍କର ରାଓ ଅଧ୍ୟକ୍ଷତା ଅନୁଷ୍ଠିତ ବୈଠକରେ ରାୟଗଡ଼ା ବିଧାୟକ ପ୍ରାର୍ଥୀ ଅନୁସୟା ମାଝୀ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ସରସ୍ୱତୀ ମାଝୀ, ବରିଷ୍ଠ ବିଜେଡି ନେତା ଜଗଦୀଶ ପାତ୍ର, ହର ପ୍ରସାଦ ନାୟକ, କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସହିତ ରାୟଗଡ଼ା ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ପ୍ରମୁଖ ସହିତ ବିଭିନ୍ନ ପଞ୍ଚାୟତରୁ ଆସିଥିବା ୫ ଶହରୁ ଅଧିକ ଦଳୀୟ କର୍ମୀ ଉପସ୍ଥିତ ଥିଲେ । 

ଆସନ୍ତା ମେ ୪ ତାରିଖ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଲିକପ୍ଟରରେ ଆସି ନଟରାଜ ପେଟ୍ରୋଲ ପମ୍ପ ନିକଟସ୍ଥ ପଡ଼ିଆରେ ଆୟୋଜିତ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ବ୍ଲକର ପ୍ରତ୍ୟେକ ପଞ୍ଚାୟତରୁ ସଭା ସ୍ଥଳରେ ଲୋକଙ୍କୁ ପହଞ୍ଚାଇବା ପାଇଁ କର୍ମୀମାନଙ୍କୁ ଦାୟିତ୍ୱ ଦିଆଯାଇଥିଲା । ଯିବା ଆସିବାରେ ଯେପରି କୌଣସି ପ୍ରକାର ଅବ୍ୟବସ୍ଥା ନ ହେବ ସେଥିପ୍ରତି କର୍ମୀଙ୍କୁ ପରାମର୍ଶ ଦିଆଯାଇଛି ।

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.