ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା: ମୃତକଙ୍କ ପରିବାର ଲୋକଙ୍କ ପାଇଁ ୪ ଲକ୍ଷ ଅନୁକମ୍ପାମୂଳକ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର, ୩୦।୫: ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ଆତ୍ମୀୟସଜନଙ୍କୁ ଅନୁକମ୍ପାମୂଳକ ରାଶି ଘୋଷଣା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୂର୍ବାହ୍ନରେ ଭୁବନେଶ୍ୱର ସମ୍ ଅଲଟିମେଟ୍ ହସ୍ପିଟାଲକୁ ଯାଇ ସେଠାରେ ଚିକିତ୍ସିତ ହେଉଥିବା ପୁରୀର ବାଣ ଦୁର୍ଘଟଣାର ଆହତମାନଙ୍କୁ ଭେଟିଥିଲେ । ସେମାନଙ୍କର ଚିକିତ୍ସା ବ୍ୟବସ୍ଥାରେ ରହିଥିବା ମୁଖ୍ୟ ଡାକ୍ତରମାନଙ୍କ ସହିତ ଆଲୋଚନା କରିଥିଲେ ଏବଂ ସେମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ପରାମର୍ଶ ଦେଇଥିଲେ । ପରେ ମୁଖ୍ୟମନ୍ତ୍ରୀ ଆହତମାନଙ୍କ ପରିବାରବର୍ଗଙ୍କୁ ଭେଟିଥିଲେ ଏବଂ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ ।

ପୁରୀ ବାଣ ଦୁର୍ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅତିରିକ୍ତ ମୁଖ୍ୟ ଶାସନ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ତଥା ସ୍ୱତନ୍ତ୍ର ରିଲିଫ୍ କମିଶନର ଏହି ତଦନ୍ତ କରିବେ । ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପମୂଳକ ସହାୟତା ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ବୁଧବାର ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ବହନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ସୂଚନା ଅନୁସାରେ, ଏହି ବାଣ ଦୁର୍ଘଟଣାରେ ୩ ଜଣ ମୃତ୍ୟୁବରଣ କରିଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.