PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ଭବାନୀପାଟଣାରେ ନବୀନ ପଟ୍ଟନାୟକ; ନିର୍ବାଚନରେ ଭଲ ପ୍ରଦର୍ଶନ କରିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା ୯।୪: ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ସାଢ଼େ ୧୦ଟା ବେଳେ କଳାହାଣ୍ଡି ଜିଲ୍ଳାର ଭବାନୀପାଟଣା ସହର ସ୍ଥିତ ମା’ ମାଣିକେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ କହିଲେ ଯେ, ବିଜେଡିରେ ଏଥର ନିର୍ବାଚନରେ ଭଲ ପ୍ରଦର୍ଶନ କରିବ। ମା’ ମାଣିକେଶ୍ବରୀ ମନ୍ଦିରରୁ ହେଲିପ୍ୟାଡ ଯାଏଁ ମୁଖ୍ୟମନ୍ତ୍ରୀ ରୋଡ ସୋ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହିତ କଳାହାଣ୍ଡିର ଲୋକସଭା ପ୍ରାର୍ଥୀ ତଥା ମନ୍ତ୍ରୀ ପୁ​‌ଷ୍ପେନ୍ଦ୍ର ନାୟକ ଏବଂ ମହିଳା ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କ ସମେତ ବହୁ ନେତା ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ ଭବାନିପାଟଣାରୁ ହେଲିକପ୍ଟର ଯୋଗେ ଭୟପୁର ବ୍ଲକର ଚାଚିପଡ଼ା, ତୁଳାପଡ଼ା ଏବଂ ବିଶ୍ବନାଥପୁର ଆଦି ସ୍ଥାନରେ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ଆଜି ଦିନ ସାରା ମୁଖ୍ୟମନ୍ତ୍ରୀ କଳାହାଣ୍ଡି ଜିଳ୍ଲାରେ ବିଜେଡ଼ି ପ୍ରାର୍ଥୀମାନଙ୍କ ସପକ୍ଷରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାରରେ ନୂଆପଡ଼ା ଓ କଳାହାଣ୍ଡି ଜିଳ୍ଳା ଗସ୍ତରେ ଆସି ଭବାନୀପାଟଣା ସହରସ୍ଥିତ ଇରିଗେସନ ଆଇବିରେ ଗତକାଲି ରାତ୍ରି ରହଣି କରିଥିଲେ।