ପ୍ରମୂଖ ଖବର
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, ଟ୍ୱିଟ୍‌ କରି ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା

Published By : Krishna Priya | July 15, 2025 11:31 AM

ଭୁବନେଶ୍ୱର ୧୫/୦୭: ବାଲେଶ୍ୱର ଏଫଏମ କଲେଜ ପୀଡ଼ିତା ଛାତ୍ରୀଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଶୋକସନ୍ତପ୍ତ ପରିବାରକୁ ସେ ଗଭୀର ସମବେଦନା ଜଣାଇଛନ୍ତି। ଏହା ସହ ରାଜ୍ୟ ସରକାରଙ୍କ ବ୍ୟବସ୍ଥାକୁ ସମାଲୋଚନା କରିଛନ୍ତି। ଏହାସହ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଛନ୍ତି ନବୀନ ପଟ୍ଟନାୟକ। 

ସେ କହିଛନ୍ତି ଯେ, କିପରି ଗୋଟେ ବିଫଳ ବ୍ୟବସ୍ଥା ଜଣଙ୍କ ଜୀବନ ନେଇଛି। ସବୁଠୁ କଷ୍ଟଦାୟକ ହେଉଛି, ଏହା କୌଣସି ଦୁର୍ଘଟଣା ନୁହେଁ, ବରଂ ଏପରି ଏକ ବ୍ୟବସ୍ଥାର ଫଳ। ଯାହା ସାହାଯ୍ୟ କରିବା ବଦଳରେ ଚୁପ୍ ରହିଲା। ନ୍ୟାୟ ପାଇବାକୁ ସଂଗ୍ରାମ କରି କରି ଶେଷରେ ଝିଅଟି ଆଖି ବୁଜିଦେଲା।

ସେ ଅତି ସାହସିକତାର ସହ ତା' ସହିତ ଘଟିଥିବା ଯୌନ ନିର୍ଯାତନା ବିଷୟରେ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରିଥିଲା। କଲେଜ ପଦାଧିକାରୀଙ୍କ ଦ୍ଵାରା ଅଣଦେଖା ହେବା ପରେ ସେ ଅଟକି ଯାଇ ନଥିଲା। ନ୍ୟାୟ ପାଇବାକୁ ସେ ଉଚ୍ଚଶିକ୍ଷା ମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ ଜଣାଇଥିଲା। ଏପରିକି ବାଲେଶ୍ୱର ସାଂସଦଙ୍କୁ ମଧ୍ୟ ବ୍ୟକ୍ତିଗତ ଭାବେ ଭେଟି ନିଜ ଦୁଃଖ ବିଷୟରେ କହିଥିଲା। ଜଣେ କେହି ବି ଯଦି ଉତ୍ତରଦାୟିତ୍ୱ ନେଇ ବ୍ୟକ୍ତିଗତ ଭାବେ ଏଥିରେ ହସ୍ତକ୍ଷେପ କରିଥାନ୍ତେ, ତେବେ ହୁଏତ ଝିଅଟିର ଜୀବନ ବଞ୍ଚିଯାଇଥାନ୍ତା। 

ସେ ଆହୁରି କହିଛନ୍ତି ଯେ ଝିଅଟି କେବଳ ଶାରୀରିକ ଆଘାତ ପାଇ ପ୍ରାଣ ହରାଇ ନାହିଁ, ବରଂ ରାଜ୍ୟ ସରକାରଙ୍କ ଅଣଦେଖା ପାଇଁ। ଯାହା ତାଙ୍କୁ ନିଜ ସଂଗ୍ରାମରେ ଏକାକି ଛାଡ଼ି ଦେଇଥିଲା। ପୁରା ଘଟଣାକ୍ରମରୁ ଜଣାପଡ଼ୁଛି, ଏହା ଆନୁଷ୍ଠାନିକ ବିଶ୍ୱାସଘାତକତାରୁ କିଛି କମ୍ ନୁହେଁ; ଯାହା ଏକ ଯୋଜନାବଦ୍ଧ ଅନ୍ୟାୟ। 

ତେବେ ଏହି ଘଟଣାରେ କେବଳ କଲେଜ କର୍ତ୍ତୃପକ୍ଷ ନୁହଁନ୍ତି ବରଂ କ୍ଷମତାରେ ଥିବା ବ୍ୟକ୍ତିମାନେ ମଧ୍ୟ ଉତ୍ତରଦାୟୀ ହୁଅନ୍ତୁ। ପୀଡ଼ିତାଙ୍କ ଆକୁଳ ଗୁହାରି ପରେ ବି କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ନାହିଁ। ତେଣୁ ଏନେଇ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଛନ୍ତି ନବୀନ ପଟ୍ଟନାୟକ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.