ପ୍ରମୂଖ ଖବର
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||
  • ୨୧ ଯାଏ ଅଧିକ ବର୍ଷା ସମ୍ଭାବନା, ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ
  • ||

ପୁରୀ ଅଘଟଣକୁ ନେଇ ନବୀନଙ୍କ ପ୍ରତିକ୍ରିୟା; କହିଲେ ଭିଡ଼ ନିୟନ୍ତ୍ରଣ କରିବାକୁ ସରକାରୀ ବ୍ୟବସ୍ଥା ନଥିଲା

Published By : Ankita S | June 29, 2025 11:28 AM

ଭୁବନେଶ୍ୱର,୨୯/୦୬: ପୁରୀ ଶରଧାବାଲିରେ ଘଟିଥିବା ବଡ଼ ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଘଟିଥିବା ଅଘଟଣକୁ ନେଇ ସମବେଦନା ଜଣାଇଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ମୃତ ୩ ଜଣଙ୍କ ପରିବାର ପ୍ରତି 'ଏକ୍ସ'ରେ ସମବେଦନା ଜଣାଇଛନ୍ତି । ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ଆହତଙ୍କ ଆରୋଗ୍ୟ କାମନା କରିଛନ୍ତି । ଏହା ସହିତ ଭିଡକୁ ନିୟନ୍ତ୍ରଣ କରିବା ପାଇଁ କୌଣସି ସରକାରୀ ବ୍ୟବସ୍ଥା ନଥିବା କହିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ସୋସିଆଲ ମିଡିଆ ଏକ୍ସରେ ନବୀନ ପଟ୍ଟନାୟକ କହିଛନ୍ତି, '' ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ କୌଣସି ସରକାରୀ ବ୍ୟବସ୍ଥା ନଥିଲା ।  ରଥଯାତ୍ରା ଦିନ  ରଥଟଣାରେ ଅହେତୁକ ବିଳମ୍ବ । ନନ୍ଦିଘୋଷ ଟାଣିବାରେ ବିଳମ୍ବକୁ ମହାପ୍ରଭୁଙ୍କ ଇଚ୍ଛା କହିବା ଆଶ୍ଚର୍ଯ୍ୟଜନକ । ବାହାନା କରିବା ଦୁର୍ଭାଗ୍ୟଜନକ, ଏଥିପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଦାୟୀ । ଶ୍ରଦ୍ଧାଳୁଙ୍କ ପାଇଁ ଏକ ଶାନ୍ତି ତଥା ଭାବପୂର୍ଣ୍ଣ ରଥଯାତ୍ରା ସୁନିଶ୍ଚିତ କରିବାରେ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି । ଆଡ଼ପ ବିଜେ, ବାହୁଡ଼ା ଓ ସୁନାବେଶ ପାଇଁ ସଂଶୋଧନମୂଳକ ପଦକ୍ଷେପ ନିଅନ୍ତୁ ।''

ନବୀନ ପଟ୍ଟନାୟକ ଆହୁରି କହିଛନ୍ତି, ''ରଥଯାତ୍ରାରେ ଅଭାବନୀୟ ଭିଡ଼ ପରିଚାଳନା ପାଇଁ ଅନେକ ଭକ୍ତ ଆହତ ହୋଇଥିବା ବେଳେ ଏହାର ମାତ୍ର ଦିନକ ପରେ ପୁଣି ଆଜିର ଅଘଟଣ ଦର୍ଶାଉଛି ସରକାର ବିଫଳ । ଏହାକୁ ସରକାରଙ୍କ ଚରମ ଅପରାଧିକ ଅବହେଳା ବୋଲି ମୁଁ କହୁ ନ'ଥିଲେ ବି, ସରକାରଙ୍କ ବେଖାତିର ମନୋଭାବ ତଥା ସମ୍ବେଦନହୀନ ଆଚରଣ ହିଁ ଏପରି ଅଘଟଣର କାରଣ । ମୁଁ ସରକାରଙ୍କୁ ଅନୁରୋଧ କରୁଛି, ଆଡ଼ପ ବିଜେ, ବାହୁଡ଼ା, ସୁନାବେଶ ତଥା ରଥଯାତ୍ରା ସମ୍ବନ୍ଧିତ ଅନ୍ୟାନ୍ୟ ରୀତିନୀତି ଯେପରି ସୁରୁଖୁରୁରେ ସମାପନ ହେବ ସେଥିପ୍ରତି ତୁରନ୍ତ ଦୃଷ୍ଟି ଦେଇ ଉଚିତ୍‌ ପଦକ୍ଷେପ ଗ୍ରହଣ କରନ୍ତୁ। ''

ଅଧିକ ପଢନ୍ତୁ...ରଥଯାତ୍ରାରେ ବିଭ୍ରାଟ; ଶରଧାବାଲିରେ ବଡ଼ ଧରଣର ଠେଲାପେଲା, ୩ ଶ୍ରଦ୍ଧାଳୁ ମୃତ

କହି ରଖୁଛି କି, ରବିବାର ଭୋର ୪ଟା ୫୦ରେ ପହଡ଼ ଉଠିବା ପରେ ରଥରୂଢରେ ଶ୍ରୀଜିଉଙ୍କୁ ଦର୍ଶନ କରିବାକୁ ପ୍ରବଳ ଭିଡ଼ ହୋଇଥିଲା । ଏହି ସମୟରେ ଶରଧାବାଲିରେ ବଡ଼ ଅଘଟଣ ଘଟିଥିଲା । ଠେଲାପେଲାରେ ୩ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ହୋଇଛି । ଘଟଣା ଜାତୀୟ ଗଣମାଧ୍ୟମରେ ଖବରର ଶିରୋନାମା ପାଲଟିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.