ସର୍ଜିକାଲ୍ ଷ୍ଟ୍ରାଇକ୍: ଭାରତୀୟ ବାୟୁସେନାକୁ ସାଲ୍ୟୁଟ୍ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୬।୨: ଗତକାଲି ମଧ୍ୟରାତ୍ରରେ ଭାରତୀୟ ବାୟୁସେନା ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଜୈସ-ଇ-ମହମ୍ମଦର ପ୍ରଶିକ୍ଷଣ ଶିବିର ଉପରେ କରିଥିବା ସର୍ଜିକାଲ ଷ୍ଟ୍ରାଇକକୁ ସାରା ଦେଶ ପ୍ରଶଂସା କରୁଛି। ବାୟୁ ସେନାର ଏପରି ସାହସିକତା ପାଇଁ ମୁ୍ଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବାୟୁସେନାକୁ ସାଲ୍ୟୁଟ୍ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟ୍ବିଟର ଆକାଉଣ୍ଟରେ ଲେଖିଛନ୍ତି, ‘ଆମେ ରାଷ୍ଟ୍ରର ପ୍ରତିରକ୍ଷା ଲାଗି ଆଜି ଭୋରରୁ ଆତଙ୍କବାଦୀ ଶିବିର ଉପରେ ଆକ୍ରମଣ କରିଥିବାରୁ ଭାରତୀୟ ବାୟୁସେନାକୁ ସାଲ୍ୟୁଟ୍’।
Salute the #IndianAirForce for pre-dawn air strikes on terror camps in defence of our Nation. #JaiHind
— Naveen Patnaik (@Naveen_Odisha) February 26, 2019