ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ଡିସେମ୍ବର ୪ରେ ପୁରୀରେ ପାଳନ ହେବ ନୌସେନା ଦିବସ, ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Published By : Suraj Kumar | November 24, 2024 6:02 PM

ପୁରୀ,୨୪।୧୧  : ନୌସେନା ଦିବସ  ପାଳନ ନେଇ ପୋଲିସ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି।‌ ଆସନ୍ତା ଡିସେମ୍ବର ୪ରେ ପୁରୀରେ ନୌସେନା ଦିବସ ପାଳନ ହେବ। ବ୍ଲୁ ଫ୍ଲାଗ ବିଚ୍ ରେ ଏହି କାର୍ଯ୍ୟକ୍ରମ ପାଳନ ହେବ । ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ। ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବେ ରାଷ୍ଟ୍ରପତି। ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଅବସରରେ ମୁଖ୍ୟ ଅତିଥି ଭାବେ  ରାଷ୍ଟ୍ରପତି ଯୋଗ ଦେବେ। 

ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ମହାନିର୍ଦ୍ଦେଶକ ଓ୍ବାଇ ବି ଖୁରାନିଆ ରବିବାର ପୁରୀ ଗସ୍ତରେ ଆସି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ ସହ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ବୈଠକ କରିଛନ୍ତି। ପୋଲିସ ଡିଜି ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ  ସମଙ୍ଗ ପାର୍କିଂ, ବ୍ଲୁ ଫ୍ଲାଗ ବିଚ୍, ରାଜଭବନ ସହ ସମୁଦ୍ର କୂଳ ଯାଇ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ପରେ ବରିଷ୍ଠ ପୋଲିସ ଅଧିକାରୀ ଙ୍କ ସହ ଏସପି ଙ୍କ କାର୍ଯ୍ୟାଳୟରେ ବୈଠକ କରିଥିଲେ ଡିଜିପି। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି କହିଛନ୍ତି ଡିଜିପି ଓ୍ବାଇ ବି ଖୁରାନିଆ। ସୁରକ୍ଷା ଦାୟିତ୍ବରେ ସମୁଦାୟ ୮୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। ଭୁବନେଶ୍ଵର ଠାରୁ ପୁରୀ ଏବଂ ସମ୍ପୂର୍ଣ୍ଣ ପୁରୀ ସହରରେ ଟ୍ରାଫିକ ଏବଂ ପାର୍କିଂ ବ୍ୟବସ୍ଥା ଉପରେ ବିଶେଷ ଦୃଷ୍ଟି ଦିଆଯାଇଛି। ସେହିପରି ଭିଆଇପି ଓ ଭିଭିଆଇପିଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଇଛି ବୋଲି କହିଛନ୍ତି ଡିଜିପି। ନୌସେନା ଦିବସ ଅବସରରେ ୨୫ ଟି ଜାହାଜ ସହ ୪୦ ଟି ଏୟାରକ୍ରାଫ୍ଟ ସୋ ଦେଖିବାର ସୁଯୋଗ ପାଇବେ ଦର୍ଶକ। ତେଣୁ ଦର୍ଶକ ଓ ପର୍ଯ୍ୟଟକଙ୍କ ସୁରକ୍ଷାକୁ ମଧ୍ୟ ଗୁରୁତ୍ବ ଦେଇଛି ପୋଲିସ ପ୍ରଶାସନ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.