ନୂଆଦିଲ୍ଲୀ,୦୩/୦୯:ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ ସଫଳତା । ଏନ୍କାଉଣ୍ଟରରେ ଟଳିଲେ ୯ ନକ୍ସଲ। ଛତିଶଗଡ଼ର ଦନ୍ତେୱାଡା ଏବଂ ବିଜାପୁରର ସୀମାନ୍ତ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ହୋଇଛି ଗୁଳି ବିନିମୟ । ତେବେ ଏଥିରେ ବର୍ତ୍ତମାନ ସୁଦ୍ଧା ୯ ଜଣ ନକ୍ସଲ ନିହତ ହୋଇଥିବା ବେଳେ ଏବେବି ଜଙ୍ଗଲରେ ଚାଲିଛି ସର୍ଚ୍ଚ ଅପରେସନ । ଏଥିସହ ଘଟଣାସ୍ଥଳରୁ ବିପୁଳ ମାତ୍ରାରେ ଅସ୍ତ୍ରଶସ୍ତ୍ର ଜବତ ହୋଇଛି।
ସୂଚନା ମୁତାବକ,ପଶ୍ଚିମ ବସ୍ତର ଡିଭିଜନରେ କିଛି ନକ୍ସଲ ଲୁଚି ରହିଥିବା ଗୁଇନ୍ଦା ସୂଚନା ମିଳିଥିଲା । ଏନେଇ ପୋଲିସ ଓ ସୁରକ୍ଷା ବାହିନୀ ପକ୍ଷରୁ ମିଳିତ କୁମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ସେପଟେ ସୁରକ୍ଷାକର୍ମୀଙ୍କୁ ଦେଖି ନକ୍ସଲମାନେ ଗୁଳିଚାଳନା ଆରମ୍ଭ କରିଥିଲେ। ଏହା ପରେ ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଆରମ୍ଭ ହୋଇଥିବା ବେଳେ ଶେଷରେ ନକ୍ସଲମାନେ କୈଶଳକ୍ରମେ ଘଟଣାସ୍ଥଳରୁ ପଳାଇବାରେ ସକ୍ଷମ ହୋଇଥିଲେ। ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୯ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି। ସେପଟେ ଏନକାଉଣ୍ଟର ପରେ ଏବେବି ସୁରକ୍ଷାକର୍ମୀ ଓ ରାଜ୍ୟ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି।