ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ମାଓବାଦୀଙ୍କ ବର୍ବରତା : ଶିକ୍ଷା ଅଧିକାରୀଙ୍କୁ ପିଟି ପିଟି ମାରି ଦେଲେ

ମାଲକାନଗିରି : ମାଓପ୍ରବଣ ଅଞ୍ଚଳରେ ମାଓବାଦୀଙ୍କ ବର୍ବରକାଣ୍ଡ। ବନ୍ଦ ଥିବା ସ୍କୁଲକୁ ଖୋଲିବା ଓ ପୁଲିସ ସୂଚନାଦାତା ସନ୍ଦେହରେ ଜଣେ ପଞ୍ଚାୟତ ଶିକ୍ଷା ଅଧିକାରୀଙ୍କୁ ନୃଶଂସ ଭାବେ ହତ୍ୟା କଲେ ମାଓବାଦୀ। ତାଙ୍କୁ ପ୍ରଜାକୋର୍ଟରେ ପିଟି ପିଟି ମାରି ଦେଇଥିବା ଖବର ଆସିଛି। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟ ସୁକୁମା ଜିଲ୍ଲାରେ ଏହି ଘଟଣା ଘଟିଛି। 

ସୂଚନା ମୁତାବିକ, ମୃତ ଶିକ୍ଷା ଅଧିକାରୀଙ୍କ ନାଁ ଦୁଧି ଅର୍ଜୁନ। ତାଙ୍କ ଘର ଜାଗରକୋଣ୍ଡା ଥାନା ଅନ୍ତର୍ଗତ ଗୋନ୍ଦାପାଲି ଗାଁରେ। ଶନିବାର ଦିନ ଶିକ୍ଷା ଅଧିକାରୀଙ୍କୁ ମାଓବାଦୀମାନେ ଅପହରଣ କରି ନେଇଥିଲେ, ତାଙ୍କୁ ପ୍ରଜାକୋର୍ଟରେ ହାଜର କରି ମାଓବାଦୀ ମାନେ ପିଟି ପିଟି ହତ୍ୟା କରିଛନ୍ତି। 

ଆଜି ସକାଳେ ନିକଟସ୍ଥ ଜଙ୍ଗଲରେ ତାଙ୍କ ମୃତଦେହ ପଡ଼ି ଥିବାର ଦେଖିବାକୁ ମିଳି ଥିଲା। ଖବର ପାଇ ପରିବାର ଲୋକେ ସେଠାରେ ପହଁଚି ଥିଲେ। ମୃତଦେହକୁ ଚିହ୍ନଟ କରି ପୁଲିସକୁ ଖବର ଦିଆଯାଇ ଥିଲା। ଏହାପରେ ଘଟଣା ସ୍ଥଳରେ ପୁଲିସ ପହଁଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

କହି ରଖୁଛୁ କି, ସୁକୁମା ଜିଲ୍ଲାରେ ମାଓବାଦୀଙ୍କ ଭୟରେ ଦୀର୍ଘବର୍ଷ ଧରି ବନ୍ଦ ରହିଥିବା ବିଦ୍ୟାଳୟ ଗୁଡିକ ପୁଣି ଥରେ ଖୋଲି ଥିଲେ ଶିକ୍ଷା ଅଧିକାରୀ ଦୁଧି ଅର୍ଜୁନ। ଯେଉଁଥି ପାଇଁ ପୁର୍ବରୁ ମାଓବାଦୀମାନେ ତାଙ୍କୁ ଧମକ ମଧ୍ୟ ଦେଇ ଥିଲେ। ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି ସୁକୁମା ଏସପି କିରଣ ଚୌହାନ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.