PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ଓଡ଼ିଶା ଆସିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ବିଧାୟକ ଓ ସାଂସଦଙ୍କ ସହ କରିବେ ଆଲୋଚନା  

ଭୁବନେଶ୍ୱର,୫/୭: ଆସନ୍ତା ୮ରେ ଓଡିଶା ଆସିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ନିର୍ବାଚନ ପାଇଁ ଓଡ଼ିଶାର ବିଧାୟକ ଓ ସାଂସଦଙ୍କୁ ଭେଟି ଭୋଟ ଭିକ୍ଷା କରିବେ ଶ୍ରୀମତୀ ମୁର୍ମୁ । ପ୍ରଥମେ ବିହାର, ଝାଡ଼ଖଣ୍ଡ, ତାମିଲନାଡୁ ଓ ତେଲେଙ୍ଗାନା ପରେ ଓଡ଼ିଶା ଆସିବେ ମୁର୍ମୁ । ଏହାପରେ ଆନ୍ଧ୍ର ପ୍ରଦେଶ ଏବଂ ଅନ୍ୟାନ୍ୟ ରାଜ୍ୟ ଯିବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି ।

ସୂଚନା ଅନୁଯାୟୀ, ବିଜେପି ନେତୃତ୍ୱାଧୀନ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀଙ୍କ ନାମ ଚୟନ କରିଛି । ରାଇସିନା ହିଲ୍‌ ଦୌଡ଼ରେ ବିଜୟୀ ହେଲେ ଦ୍ରୌପଦୀ ହେବେ ପ୍ରଥମ ଓଡ଼ିଆ ମହିଳା ରାଷ୍ଟ୍ରପତି । ତେବେ ମୁର୍ମୁଙ୍କୁ ସମର୍ଥନ ଦେବା ଲାଗି ଓଡ଼ିଶା ପ୍ରଦେଶ କଂଗ୍ରେସ ମନା କରିଦେଇଛି ।