ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା, ଉଦବେଗ ପ୍ରକାଶ କଲେ ନେପାଳ ବୈଦେଶିକ ମନ୍ତ୍ରୀ

Published By : Rasmita Pradhan | May 2, 2025 8:38 AM

ଭୁବନେଶ୍ଵର, ୦୨/୦୫ : ଘରୋଇ ବିଶ୍ଵବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା। ଘଟଣାକୁ ନେଇ ଉଦବେଗ ପ୍ରକାଶ କଲେ ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ଘଟଣାର ସତ୍ୟାସତ୍ୟ ଯାଞ୍ଚ ନେଇ ସେ ଏକ୍ସରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ଯେ, ଏହି ଘଟଣା ଆମକୁ ଗଭୀର ଦୁଃଖ ଦେଇଛି। ଘଟଣାର ତଦନ୍ତ ପାଇଁ କୂଟନୈତିକ ପଦକ୍ଷେପ ଆରମ୍ଭ କରିଛୁ। ଭାରତ ଓ ଓଡ଼ିଶା ସରକାରଙ୍କ ସହ ଆଲୋଚନା ଚାଲିଛି।

ସୂଚନା ଥାଉକି, ଭୁବନେଶ୍ବର ଇନଫୋସିଟି ଥାନା ଅଧୀନରେ ଥିବା ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଆଉ ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ଉକ୍ତ ଘରୋଇ ଶିକ୍ଷାନୁଷ୍ଠାନରେ ଛାତ୍ରୀ ଜଣକ କମ୍ପ୍ୟୁଟର ସାଇନ୍ସର ପ୍ରଥମ ବ୍ୟାଚ୍‌ରେ ପଢ଼ୁଥିଲେ। ଗୁରୁବାର ସନ୍ଧ୍ୟାରେ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା। ଏପର୍ଯ୍ୟନ୍ତ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନଥିବା ବେଳେ ଇନଫୋସିଟି ପୋଲିସ ତଦନ୍ତ ଆରମ୍ଭ କରିଛି। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ଯେପରି ନଘଟେ ସେଥିପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।ସୂଚନାଯୋଗ୍ୟ, ଗତ ଫେବ୍ରୁଆରୀ ମାସରେ ଉକ୍ତ ଘରୋଇ ଶିକ୍ଷାନୁଷ୍ଠାନରେ ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଥିଲେ। ଏହି ଘଟଣାକୁ ନେଇ ସାରା ଦେଶରେ ଆଲୋଡ଼ନ ସୃଷ୍ଟି ହୋଇଥିଲା।

ଏହି ଖବରଟିକୁ ପଢନ୍ତୁ-ଭୁବନେଶ୍ବରରେ ଆଉ ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.