ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ, ଦାଦାର ଆକ୍ରମଣରେ ପୁତୁରାର ମୃତ୍ୟୁ

Published By : Harapriya Sethi | November 28, 2024 7:30 AM

ବ୍ରହ୍ମପୁର,୨୮/୧୧: ପୂର୍ବ ଶତ୍ରୁତାକୁ ନେଇ ମରଣାନ୍ତକ ଆକ୍ରମଣ । ସମ୍ପର୍କୀୟ ଦାଦାଙ୍କ ଆକ୍ରମଣରେ ଚାଲିଗଲା ପୁତୁରାର ଜୀବନ । ଘଟଣା ପରେ ଦୁଇ ଆକ୍ରମଣକାରୀ ଘଟଣା ସ୍ଥଳରୁ ଫେରାର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ସଦର ଥାନା ଅନ୍ତର୍ଗତ ରୋହିଗାଁ ବଡ଼ ସାହିରେ ଏଭଳି ହତ୍ୟାକାଣ୍ଡ ହୋଇଛି । 

ସୂଚନା ମୁତାବକ, ଯୁବକ ଜଣକ ଘରେ ଏକା ଥିଲେ । ଏହି ସମୟରେ ଯୁବକଙ୍କ ସମ୍ପର୍କୀୟ ଦାଦା ଏବଂ ତାଙ୍କ ପୁଅ ଘରକୁ ଆସିଥିଲେ । ଘରକୁ ଆସି ଉଭୟ ଯୁବକଙ୍କୁ ଅତର୍କିତ ଆକ୍ରମଣ କରିଥିଲେ । ଫଳରେ ଯୁବକ ଜଣକ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଏହା ଦେଖି ତାଙ୍କ ପଡ଼ୋଶୀ ଘର ଲୋକେ ଦୌଡ଼ି ଆସିଥିଲେ । ଯୁବକ ଜଣକ ମୃତ ଅବସ୍ଥାରେ ତଳେ ପଡ଼ି ରହି ଥିବାର ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ହୋଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ମିଳିଛି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.