PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର: ଶେଷରେ ଚେତିଲେ ସମ୍ବଲପୁର ପୁଲିସ, ଭାଙ୍ଗିଲା କୋରେକ୍ସ ମାଫିଆଙ୍କ ଘର
  • ||
  • ବଲାଙ୍ଗୀର: ରାସ୍ତା ଉପରେ ଜଳିଗଲା ଚଳନ୍ତା କାର୍, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ନୂଆପଡ଼ା : ଘର ଭିତରୁ ବୃଦ୍ଧାଙ୍କୁ ଟାଣିନେଲା ମହାବଳ ବାଘ, ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ
  • ||
  • ବିଶ୍ୱ ଘରଚଟିଆ ଦିବସ, ଏ ବର୍ଷର ଥିମ୍ ‘ଆଇ ଲଭ୍‌ ସ୍ପାରୋ’..
  • ||
  • ଭୁବନେଶ୍ଵର : ଆଜି ବିଶ୍ୱ ପଖାଳ ଦିବସ, ପାଗ ଖରାପ ଲାଗି ଟିକେ ମାନ୍ଦା, ଆଗୁଆ ପାଳିଲେ ଆମିଷ ପ୍ରେମୀ
  • ||
  • କେନ୍ଦୁଝର ସଦର : ଥାନାରେ ପହଞ୍ଚିଲା ସ୍ଵାମୀ-ସ୍ତ୍ରୀଙ୍କ କଳି, ଫାଶୀ ଲଗାଇ ଆତ୍ମହତ୍ୟା କଲା ସ୍ଵାମୀ
  • ||
  • ବୌଦ୍ଧ : କେନ୍ଦୁକାଠ ବୋଝେଇ ଟ୍ରକ୍ ଜବତ, ୩ ଗିରଫ
  • ||

ନେତାଜୀ ସୁଭାଷ ଓ ବୀର ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ: ଅନ୍ୟାୟ ବିରୋଧରେ ସଂଗ୍ରାମ କର

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ନେତାଜୀ ସୁଭାଷଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ହେଉଛନ୍ତି ବୀରତ୍ୱ, ବଳିଦାନ, ଅଦମ୍ୟ ସାହସ, ଅସୀମ ଦେଶପ୍ରେମ ଓ ତ୍ୟାଗର ଉଜ୍ଜ୍ୱଳ ଦୃଷ୍ଟାନ୍ତ । ଏହି ଦୁଇ ଦେଶପ୍ରେମୀଙ୍କ ବୀରତ୍ୱ, ଜାତୀୟତା, ଆତ୍ମୋତ୍ସର୍ଗର ରୋମାଞ୍ଚକର ଗାଥା ପିଢ଼ିକୁ ଯେତିକି ବିସ୍ମୟ ଚକିତ କରିଛି, ପରବର୍ତ୍ତୀ ବଂଶଧରଙ୍କୁ ସେତିକି ଅନୁପ୍ରେରିତ କରିବ । ଆମେ ସମସ୍ତେ ଅନ୍ୟାୟ ଓ ଅନୀତି ବିରୋଧରେ ସଂଗ୍ରାମ କରିବା ପାଇଁ ସର୍ବଦା ପ୍ରସ୍ତୁତ ହୋଇ ରହିବା ଦରକାର ବୋଲି ଅର୍ଥମନ୍ତ୍ରୀ ଶଶିଭୂଷଣ ବେହେରା କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ଏବଂ ପଶ୍ଚିମ ଓଡ଼ିଶା ଅଗ୍ରଣୀ ସଙ୍ଗଠନର ମିଳିତ ଆନୁକୂଲ୍ୟରେ ଜୟଦେବ ଭବନରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମନ୍ତ୍ରୀ ଶ୍ରୀ ବେହେରା ଦୁଇ ଦେଶପ୍ରେମୀଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ଅରୁଣ ପଣ୍ଡା ଯୋଗ ଦେଇ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୀବନୀ ଓ ଆଦର୍ଶ
ସମ୍ପର୍କରେ କହିଥିଲେ । ଏହି ଅବସରରେ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଫଟୋଚିତ୍ରରେ ପୁଷ୍ପାର୍ଘ୍ୟ ଅର୍ପଣ କରାଯାଇଥିଲା । ବିଭାଗ ପକ୍ଷରୁ ବିଦ୍ୟାଳୟ ଓ ମହାବିଦ୍ୟାଳୟସ୍ତରୀୟ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା । ଏହା ସହ ବରଗଡ଼ ବରପାଲି ତୁଲଣ୍ଡିର ‘ନାଟ୍ୟରଶ୍ମୀ’ ଅନୁଷ୍ଠାନ ପକ୍ଷରୁ ସୁରେନ୍ଦ୍ର ସାଏଙ୍କ ଉପରେ ଆଧାରିତ ‘ଗୁଟେ ବୀରର କଥା’ ନାଟକ ପରିବେଷଣ କରାଯାଇଥିଲା । ବିଭାଗୀୟ ନିର୍ଦ୍ଦେଶକ ଲକ୍ଷ୍ମୀଧର ମହାନ୍ତି ସ୍ୱାଗତ ଭାଷଣ ଦେଇଥିଲେ । ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ ଧନ୍ୟବାଦ ଦେଇଥେିଲ । ସୂଚନା ଅଧକିାରୀ ସଚ୍ଚଦିାନନ୍ଦ ବେହେରା ସଂଯୋଜନା କରିଥିଲେ । ସନ୍ଧ୍ୟା ଉତ୍ସବ ପୂର୍ବରୁ ଆଜି ସକାଳେ ରସୁଲଗଡ଼ ଛକସ୍ଥିତ ନେତାଜୀ ସୁଭାଷଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ବିଭାଗ ପକ୍ଷରୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ବିଜୟ କୁମାର ନାୟକ, ବିଭାଗୀୟ ଅତିରିକ୍ତ ନିର୍ଦ୍ଦେଶକ ନିରଞ୍ଜନ ସେଠୀ, ଉପନିର୍ଦ୍ଦେଶକ ବିପିନ ବିହାରୀ ବାରିକି, ସହକାରୀ ନିର୍ଦ୍ଦେଶକ(କ୍ଷେତ୍ର), ସନ୍ତୋଷ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

ସମ୍ବନ୍ଧିତ ଖବର