PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବାୟୁସେନାର ବିମାନ କ୍ରାସ୍‌: ଖସିବା ମାତ୍ରେ ଲାଗିଲା ନିଆଁ, ପ୍ରଚଣ୍ଡ ଶବ୍ଦରେ ଥରି ଉଠିଲା ପୁରା ଗାଁ
  • ||
  • ଧାନବାଦ: ହସ୍ପିଟାଲରେ ଭୀଷଣ ଅଗ୍ନିକାଣ୍ଡ ଯୋଗୁଁ ଡାକ୍ତର ଦମ୍ପତ୍ତିଙ୍କ ସହ ୬ ମୃତ, ଅଳ୍ପକେ ଉଦ୍ଧାର ହେଲେ ରୋଗୀ
  • ||
  • ମଧ୍ୟପ୍ରଦେଶରେ ବାୟୁସେନାର ଯୁଦ୍ଧ ବିମାନ ସୁଖୋଇ ଓ ମିରାଜ ୨୦୦୦ ଦୁର୍ଘଟଣାଗ୍ରସ୍ତ
  • ||

ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ

ବ୍ରହ୍ମପୁର , ୨୩।୧ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ, ଜାତୀୟ ସେବା ଯୋଜନା ଆନୁକୁଲ୍ୟରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ସଭାରେ ବିଶ୍ଵବିଦ୍ୟାଳୟ ର କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶ ଅଧ୍ୟକ୍ଷତା କରିଥିଲେ। ଏଥିରେ କୁଳସଚିବ ସଚ୍ଚିଦାନନ୍ଦ ନାୟକ, ଜାତୀୟ ସେବା ଯୋଜନା ସଂଯୋଜକ ଡ଼ଃ ଜୟନ୍ତ କୁମାର ପଣ୍ଡା, ଅଧ୍ୟାପକ ନିରୋଦ ବରଣ ଖୁଣ୍ଟିଆ ଅତିଥି ଭାବେ ଯୋଗ ଦେଇଥିଲେ। ବିଶ୍ବବିଦ୍ୟାଳୟ ର ପୂର୍ବତନ ପ୍ରଫେସର୍ ତଥା ବିଶିଷ୍ଟ ରାଜନୀତି ବିଜ୍ଞାନୀ ପ୍ରଫେସର୍ ବିଷ୍ଣୁ ଚରଣ ଚୌଧୁରୀ ମୁଖ୍ୟବକ୍ତା ରୂପେ ଯୋଗଦେଇ ଥିଲେ। ସେ ନେତାଜୀଙ୍କ ଇତିହାସ, ଆଦର୍ଶ ଓ ବର୍ତ୍ତମାନ ସମୟରେ ନେତାଜୀଙ୍କ ପରି ବ୍ୟକ୍ତିତ୍ଵ ର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। ସଭାର ଆରମ୍ଭରେ ଜାତୀୟ ସେବା ଯୋଜନା ଅଧିକାରୀ ଶକ୍ତି ରଞ୍ଜନ ଦାଶ ଅତିଥି ପରିଚୟ ପ୍ରଦାନ କରିଥିଲେ । ସଭାରେ ଅନେକ ଅଧ୍ୟାପକ ଅଧ୍ୟାପିକା, ଛାତ୍ର ଛାତ୍ରୀ , ଅଣ ଶିକ୍ଷକ କର୍ମଚାରୀ ମାନେ ଉପସ୍ଥିତ ରହିଥିଲେ ଓ ସଭା ଶେଷରେ ମଧ୍ୟ ମୁଖ୍ୟବକ୍ତା ଙ୍କ ସହ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ। ଏସ ଏମ ମହାବିଦ୍ୟାଳୟର ଯୋଜନା ଅଧିକାରିଣୀ ଡ଼ଃ ତପସ୍ଵିନୀ ଗୌଡ଼ ଧନ୍ୟବାଦ୍ ଅର୍ପଣ କରିଥିଲେ ଓ ଜାତୀୟ ସଙ୍ଗୀତ ସହ ସଭା ଶେଷ କରାଯାଇଥିଲା।