ମେଷ : ସକାଳ ୮ଟା ୩୩ ମିନିଟ୍ ଗତେ ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ଆୟଠାରୁ ବ୍ୟୟ ଦୁଇଗୁଣ ଅଧିକ ହେବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣ କରିବାକୁ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନ ବ୍ୟବସାୟରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଅଶ୍ୱିନୀ ଓ ଦ୍ୱିଜା ମେଷ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ: ଗେରୁଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।
ବୃଷ : ଦଶମ ଓ ଏକାଦଶ ଚନ୍ଦ୍ର, ଶୁକ୍ରବାର ଓ ଅପରାହ୍ଣ ୨ଟା ୩୩ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ , ଆର୍ôଥକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ମନରେ ଉନ୍ନତ ଚିନ୍ତାଧାରା ପ୍ରକାଶ ପାଇବ । ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ କର୍ମସ୍ଥାନର ସମସ୍ତ ସୁବିଧାସୁଯୋଗ ହାସଲ କରିବେ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ: ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ମିଥୁନ : ସକାଳ ୮ଟା ୩୩ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହେବ । ଏହାପରେ ଦଶମ ଚନ୍ଦ୍ର ଯୋଗୁ ସ୍ଥିତିରେ ସାମାନ୍ୟ ପରିବର୍ତ୍ତନ ଆସିବ ଏବଂ ହୃତ ଗୌରବ ଫେରିପାଇବେ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା, ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ଆଜି ଯେକୌଣସି କର୍ମ ଆରମ୍ଭ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନ ବ୍ୟବସାୟରେ ଆୟ ଯାହାହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା: ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।
କର୍କଟ : ସକାଳ ୮ଟା ୩୩ ମିନିଟ୍ ପର୍ଯ୍ୟନ୍ତ ଅଷ୍ଟମ ଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ସମସ୍ତ କର୍ମରେ , ବ୍ୟବସାୟରେ କିଛିଟା ବିଘ୍ନ ଦେଖାଦେବ । ଏହାପରେ ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ପୂର୍ବରୁ ହୋଇଥିବା କ୍ଷତିର ଭରଣା କରିବାରେ କିଛି ମାତ୍ରାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ପୁଷ୍ୟା ଓ ଅଶ୍ଲେଷା କର୍କଟ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଧଳା, ସଂଖ୍ୟା : ୧, ଆରାଧନା ଭଗବାନ ଶିବ ।
ସିଂହ : ସକାଳ ୮ଟା ୩୩ ମିନିଟ୍ ପରେ ଅଷ୍ଟମ ଚନ୍ଦ୍ର ଯୋଗୁ ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ ଏବଂ ଶାରୀରୀକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଏବଂ ବାଧାବିଘ୍ନ ଲାଗି ରହିବ । ଯେଉଁମାନଙ୍କର ମଘା ଓ ପୂର୍ବା ଫାଲ୍ଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୬, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା : ଷଷ୍ଠ ଓ ସପ୍ତମ ଚନ୍ଦ୍ର, ଶୁକ୍ରବାର ଅପରାହ୍ଣ ୨ଟା ୩୩ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ବୈବାହିକ କର୍ମରେ ଯୋଗଦେବେ । ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ: ସବୁଜ, ସଂଖ୍ୟା : ୧୨, ଆରାଧନା : ମା’ ଛିନ୍ନମସ୍ତା ।
ତୁଳା : ପଞ୍ଚମ ଓ ଷଷ୍ଠ ଚନ୍ଦ୍ର , ପଞ୍ଚମୀ ତିଥି, ଶୁକ୍ରବାର ଏବଂ ଅପରାହ୍ଣ ୨ଟା ୩୩ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଦାବିଘ୍ନ ଦୂର ହେବ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ପ୍ରଭୁ ଶ୍ରୀରାମ ।
ବିଛା : ଘାତବାର ଓ ସକାଳ ୮ଟା ୩୩ ମିନିଟ୍ ପରେ ପଞ୍ଚମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା, କଳା ପ୍ରତି ମନରେ ଅଧିକ ଆଗ୍ରହ ପ୍ରକାଶ ପାଇବ । ସନ୍ତାନମାନେ ଆଜ୍ଞାଧୀନ ହେବେ ଏବଂ ତାଙ୍କ ଶୀକ୍ଷା, ଦୀକ୍ଷା, କର୍ମରେ ଉନ୍ନତି ଆସିବ । ପିତାମାତାଙ୍କ କୃପା ଲାଭ କରିବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଅନୁରାଧା ଓ ଜ୍ୟେଷ୍ଠା ବିଛା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।
ଧନୁ : ଘାତବାର, ସକାଳ ୮ଟା ୩୩ ମିନିଟ୍ ପରେ ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ ଏବଂ ପିତାମାତା, ଗୁରୁଜନ, ବନ୍ଧୁବାନ୍ଧବ, ପଦସ୍ଥ ଅଧିକାରୀ ଓ ରାଜନୈତିକ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ପରିବାରରେ ଅଶାନ୍ତିର ପରିବେଶ ରହିବ । ବାଣିଜ୍ୟ, ବ୍ୟବସାୟରେ କ୍ଷତି ଏବଂ ପରିବହନ ବ୍ୟବସାୟରେ ବିପର୍ଯ୍ୟୟ ଘଟିବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୂଳା ଓ ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ମକର : ଦ୍ୱିତୀୟ ଏବଂ ତୃତୀୟ ଚନ୍ଦ୍ର, ଶୁକ୍ରବାର ଏବଂ ଅପରାହ୍ଣ ୨ଟା ୩୩ ମିନିଟ୍ ପରେ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ଗୃହାରମ୍ଭ, ଭୂମିପୂଜା, ଗୃହ ପ୍ରତିଷ୍ଠା ଆଦି ଶୁଭକର୍ମର ଆୟୋଜନ କରିପାରନ୍ତି କିମ୍ବା କୌଣସି ଶୁକର୍ମରେ ଯୋଗଦେଇ ପାରନ୍ତି । ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ଉନ୍ନତି ଆସିବ । ମୂଲ୍ୟବାନ ଧାତୁ, ଭୂମି ଓ ଯାନବାହନ କ୍ରୟ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : ଶ୍ରୀଚନ୍ଦ୍ର ଓ ଦ୍ୱିତୀୟ ଚନ୍ଦ୍ର ଉଭୟ ଭୋଗ ହେଉଥିବାରୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । କୌଣସି ଶୁଭ କର୍ମର ଆୟୋଜନ କରିବେ କିମ୍ବା ପରିବାର ସହ କୌଣସି ମାଙ୍ଗଳିକ କର୍ମରେ ଯୋଗଦେବେ । ଖର୍ଚ୍ଚପ୍ରତି ଅନାଗ୍ରହ, ସଞ୍ଚୟ ପ୍ରତି ମନରେ ଆଗ୍ରହ ପ୍ରକାଶ ପାଇବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ମିଳିଲେ ମଧ୍ୟ କିଛି ସମସ୍ୟା ଦେଖାଦେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ଇନ୍ଦ୍ରନୀଳ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ମୀନ : ଘାତବାର ଓ ସକାଳ ୮ଟା ୩୩ ମିନିଟ୍ ପର୍ଯ୍ୟନ୍ତ ଘାତଚନ୍ଦ୍ର ଯୋଗୁ ସେ ସମୟ ପର୍ଯ୍ୟନ୍ତ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ଏହାପରେ ଶ୍ରୀଚନ୍ଦ୍ର ଯୋଗୁ ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସ୍ୱର୍ଗୀୟ ସୁଖ ଅନୁଭୂତ ହେବ । ସୁଖବର, ସୁସମ୍ପାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫତଳା ମିଳିଲେ ମଧ୍ୟ ଘାତବାର ଯୋଗୁ ମନରେ ଆତ୍ମସନ୍ତୋଷ ଓ ଆତ୍ମତୃପ୍ତି ମିଳିବ ନାହିଁ । ଯେଉଁମାନଙ୍କର ଉତ୍ତରଭାଦ୍ର ଓ ରେବତୀ ମୀନ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍ : କୈଳାସ ଦାଶ
ଯୋଗାଯୋଗ : ୯୪୩୭୧୩୩୪୭୩