ମେଷ : ଏକାଦଶ ଚନ୍ଦ୍ର, ସକାଳ ୬ଟା ୦୯ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧ୍ୟାନ ଅଧିକ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଖୋଲିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । କର୍ମରେ ଆଶାଠାରୁ ଅଧିକ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ସ୍କନ୍ଦ ।

ବୃଷ : ଦଶମ ଚନ୍ଦ୍ର, ବୁଧବାର ଯୋଗୁ କର୍ମରେ ଉନ୍ନତି, କର୍ମପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ । ମନରେ ସତ୍‌ଚିନ୍ତା, ସତ୍‌ଭାବନା ପ୍ରକାଶ ପାଇବ ଏବଂ ସତ୍‌କର୍ମରେ ଅଧିକ ଆଗ୍ରହ ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ଆଶାଠାରୁ ଅଧିକ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା, କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ଘାତଚନ୍ଦ୍ର ଯୋଗୁ ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ ଏବଂ ପରିବାରରେ ଅଶାନ୍ତିର ପରିବେଶ ସୃଷ୍ଟି ହେବ । ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଦେବ ଏବଂ ନିଜର ପ୍ରିୟ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ :  ମେରୁନ୍‌, ସଂଖ୍ୟା: ୮, ଆରାଧନା : ମା’ ଛିନ୍ନମସ୍ତା ।

କର୍କଟ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଉଚିତ୍‌ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍‌ କର୍ମରେ ଆଗ୍ରହ ରଖିବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସମସ୍ତ କର୍ମ ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୁନର୍ବସୁ କର୍କଟ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା: ୫, ଆରାଧନା : ଭଗବାନ ଶିବ ।

ସିଂହ : ସପ୍ତମ ଚନ୍ଦ୍ର, ସକାଳ ୬ଟା ୦୯ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ଆମୋଦପ୍ରମୋଦରେ ଅଧିକ ଧନ ବ୍ୟୟ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ପୁର୍ବା ଫାଲ୍‌ଗୁନୀ ସିଂହ ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା: ୬, ଆରାଧନା : ପ୍ରଭୁ ଗଜାନନ ।

କନ୍ୟା : ଷଷ୍ଠ ଚନ୍ଦ୍ର, ବୁଧବାର ଯୋଗୁ ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ମହତ୍‌ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା: ୧୨, ଆରାଧନା : ମା’ ଷୋଡ଼ଶୀ ।

ତୁଳା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଇତର ଜନଠାରୁ ଅପମାନ ପାଇବେ । ବିଦ୍ୟାରେ ବିଫଳତା, ମନରେ ଅସ୍ଥିରତା, ସମସ୍ତ କର୍ମରେ ବାଧାବିଘ୍ନ  ଏବଂ ମନ ବିଷାଦଗ୍ରସ୍ତ ଓ ଚାପଗ୍ରସ୍ତ ରହିବ । ସନ୍ତାନମାନେ ବିଶୃଙ୍ଖଳିତ ହେବେ ଏବଂ ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାକା ତୁଳା ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।

ବିଛା : ଚତୁର୍ଥ ଚନ୍ଦ୍ର ଓ ସକାଳ ୬ଟା ୦୯ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀଙ୍କ ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ଗୁରୁଜନଙ୍କ ପ୍ରତି ସମ୍ମାନ, ଲଘୁଜନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ଓ ଆନ୍ତରିକତା ଅଧିକ ରହିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ପରିବହନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଅନୁରାଧା ବିଛା ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ,  ସଂଖ୍ୟା : ୬, ଆରାଧନା : ମା’ ବଗଳାମୁଖୀ ।

ଧନୁ : ତୃତୀୟ ଚନ୍ଦ୍ର, ସକାଳ ୬ଟା ୦୯ ମିନିଟ୍‌ ପରେ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ମିଳିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ମନରେ ଦୃଢ଼ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ପ୍ରକାଶ ପାଇବ ଏବଂ ମନୋବଳ ଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅଯଥା ଖର୍ଚ୍ଚ, ବଦ୍‌ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିବେ ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଧନିଷ୍ଠା ମକର ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

କୁମ୍ଭ : ଶ୍ରୀଚନ୍ଦ୍ର, ବୁଧବାର ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ପରିବାରରେ ସୁଖଶାନ୍ତି ଅତୁଟ ରହିବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ, ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

ମୀନ : ଘାତଚନ୍ଦ୍ର ଯୋଗୁ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍‌ ନିଷ୍ପତ୍ତି ଗ୍ରହଣ କରିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍‌ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକ ସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା  : ପ୍ରଭୁ ଗଜାନନ ।

 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩