ପ୍ରମୂଖ ଖବର
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଅଲୋଡ଼ା ଶିଶୁକନ୍ୟା, ବୁଦାମୂଳରୁ ଉଦ୍ଧାର କଲେ ଗ୍ରାମବାସୀ

Published By : Harapriya Sethi | November 9, 2024 2:06 PM

କରଞ୍ଜିଆ,୦୯/୧୧: ଅଲୋଡ଼ା ହେଲା ଶିଶୁକନ୍ୟା । ଶିଶୁ କନ୍ୟାଟି ଜନ୍ମ ହେଲା ପରେ କେହି ଜଣେ ବ୍ୟକ୍ତି ଫିଙ୍ଗି ଚାଲି ଯାଇଥିବା ବେଳେ ବୁଦାମୂଳରୁ ଶିଶୁ କନ୍ୟାକୁ ଉଦ୍ଧାର କରିଛନ୍ତି ସ୍ଥାନୀୟଲୋକେ । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବ୍ଲକ୍‌ ଭଅଁରା ଗାଁରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, କେହି ଜଣେ ବ୍ୟକ୍ତି ଶିଶୁ କନ୍ୟା ଜନ୍ମ ହେଲା ତାକୁ ଏକ ବୁଦାମୂଳରେ ଫିଙ୍ଗି ଦେଇ ଚାଲି ଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ବୁଦା ମୂଳରୁ ଶିଶୁ କନ୍ୟାକୁ ଉଦ୍ଧାର କରି ତୁରନ୍ତ ଆମ୍ୱୁଲାନ୍ସକୁ କଲ୍‌ କରି ଡାକିଥିଲେ । କିଛି ସମୟ ଭିତରେ ଆମ୍ୱୁଲାନ୍ସଟି ଆସି ପହଞ୍ଚିଥିଲା । ଶିଶୁକନ୍ୟାକୁ ୧୦୮ ଆମ୍ବୁଲାନ୍ସ ଯୋଗେ ଆଣି କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଛନ୍ତି । ବର୍ତ୍ତମାନ ଶିଶୁର ଆବସ୍ଥା ଗୁରୁତର ଥିବା ବେଳେ ତାକୁଏସଏନସିୟୁରେ ଭର୍ତ୍ତି କରାଯାଇଛି । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.