ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବୁଧବାର ଅପରାହ୍ନ ୪ଟା ୪୫ରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ, ଯୋଗ ଦେବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୧୦।୦୬ : ବୁଧବାର ଶପଥ ନେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୪ଟା ୪୫ ମିନିଟ୍‌ରେ ହେବ ଶପଥ ଗ୍ରହଣ ଉତ୍ସବ। ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପରାହ୍ନ ୨ଟା ୧୦ ମିନିଟ୍‌ ସମୟରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜଭବନ ଯାଇ ସେଠାରେ ୨ ଘଣ୍ଟା ରହିବା ପରେ ୪ ଟା ୩୦ ବେଳେ ରାଜଭବନରୁ ବାହାରି ଜନତା ମୈଦାନ ଯିବେ । ଏଥିପାଇଁ ଜନତା ମଇଦାନରେ ଭବ୍ୟ ଆୟୋଜନ କରାଯାଇଛି। ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। 

ସୂଚନାନୁଯାୟୀ, ବୁଧବାର ଦିନ ରାଜ୍ୟରେ ଶପଥ ଗ୍ରହଣ କରିବେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ। ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ରାଜ୍ୟପାଳ ରଘୁବର ଦାସ। ରାଜ୍ୟରେ ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ଯାଉଛି ବିଜେପି । ଆସନ୍ତା ୧୨ ତାରିଖରେ ହେବାକୁ ଥିବା ଶପଥ ଗ୍ରହଣ ସମାରୋହ ପାଇଁ ଜନତା ମୈଦାନ ସୁରକ୍ଷାର ପ୍ରତିଟି ଦିଗ ଉପରେ କମିଶନରେଟ୍ ନଜର ରଖିଛି। ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ଯ୍ୟନ୍ତ ସବୁଠି ପୁଲିସ ଛାଉଣୀ କରାଯିବ। ଟ୍ରାଫିକରେ ସମସ୍ୟା ଦେଖାନଦେବା ପାଇଁ ମଧ୍ୟ ସ୍ଵତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। 

ଖୋଦ ପୁଲିସ କମିସନର ସଞ୍ଜୀବ ପଣ୍ଡା ଓ ଡିସିପି ପ୍ରତୀକ ସିଂହ ପ୍ରତିଦିନ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ନେଇ ଘନଘନ ବୈଠକ କରିବା ସହ ସୁରକ୍ଷା ଦିଗ ଉପରେ ଆଲୋଚନା କରୁଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ ୩୫ ହଜାର ଲୋକ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏଥିପାଇଁ ମାରାଥନ ମିଟିଂ ପୋଲିସ ସେବା ଭବନରେ ଚାଲିଛି। ଏତେ ବଡ଼ ଆୟୋଜନ ପାଇଁ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ମଧ୍ୟ କରାଯାଇଛି। ଯେକୌଣସି ପରିସ୍ଥିତିର ସାମ୍ନା କରିବା ପାଇଁ ଅଗ୍ନିଶମ ବିଭାଗ ମଧ୍ୟ ସଜାଗ ରହିଛି। ଟ୍ରାଫିକ ପରିଚାଳନା ପାଇଁ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇଛି। 

ହୋଟେଲ ଗୁଡ଼ିକରେ ଯାଞ୍ଚ ପ୍ରକ୍ରିୟାକୁ ଜୋରଦାର କରାଯାଇଛି। ସେହିପରି ରାଜଧାନୀରେ ରାତ୍ରିକାଳୀନ ପାଟ୍ରୋଲିଂ ସହ ଚେକିଂ ଓ ବ୍ଲକିଂକୁ କଡ଼ାକଡ଼ି କରାଯାଇଛି। ଜନତା ମୈଦାନରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ଶପଥ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହାଛଡ଼ା ବହୁ ଭିଭିଆଇପି, ବିଶିଷ୍ଟ ବ୍ୟକ୍ତି, ଶିଳ୍ପପତି ଯୋଗଦେବେ। ଶପଥ ଗ୍ରହଣ ଉତ୍ସବ ପୂର୍ବରୁ ହୋଟେଲ୍ଗୁଡ଼ିକରେ ଭିଭିଆଇପିଙ୍କ ରହଣି ବ୍ୟବସ୍ଥା ମଧ୍ୟ ହୋଇଛି। ଶପଥ ଗ୍ରହଣ ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହ ସମାପନ ପାଇଁ କମିସନରେଟ୍ ପୁଲିସ ଅଣ୍ଟା ଭିଡ଼ିଛି। ପୂର୍ବରୁ ଏସ୍ପିଜି ଟିମ୍, ଡିଜିପି ଅରୁଣ ଷଡ଼ଙ୍ଗୀ, ପୋଲିସ କମିସନର ସଞ୍ଜୀବ ପଣ୍ଡା, ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଡିସିପି ପ୍ରତୀକ ସିଂହ ଜନତା ମୈଦାନର ସ୍ଥିତି ସମୀକ୍ଷା ମଧ୍ୟ କରିଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.