ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ଓଡ଼ିଶାରେ ହେବ ୧୩ ହଜାର କୋଟିର ନୂଆ ହାଇୱେ ପ୍ରକଳ୍ପ; ସମ୍ପର୍କ ଓ ଅର୍ଥନୀତିକୁ ଦେବ ନୂଆ ଗତି

Published By : Bijay Swain | May 15, 2025 11:42 PM

ଭୁବନେଶ୍ୱର: ଓଡ଼ିଶାରେ ଜାତୀୟ ରାଜପଥ ପ୍ରକଳ୍ପଗୁଡ଼ିକ ରାଜ୍ୟର ସମ୍ପର୍କ ଓ ଅର୍ଥନୀତିକୁ ନୂଆ ଉଚ୍ଚତା ଦେବା ପାଇଁ ପ୍ରସ୍ତୁତ। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ସମୀକ୍ଷା ବୈଠକରେ ରାଜ୍ୟରେ ଚାଲିଥିବା ଓ ପ୍ରସ୍ତାବିତ ହାଇୱେ ପ୍ରକଳ୍ପଗୁଡ଼ିକ ଉପରେ ଆଲୋଚନା ହୋଇଛି। ୧୩ ହାଜର କୋଟିରେ ପ୍ରସ୍ତୁତ ହେବାକୁ ଥିବା ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ମୁଖ୍ୟତଃ ରାଜ୍ୟର ଗ୍ରାମାଞ୍ଚଳ ଓ ଶିଳ୍ପାଞ୍ଚଳକୁ ସଂଯୋଗ କରିବା ପାଇଁ ନୂଆ ରାଜପଥ ନିର୍ମାଣ ଏବଂ ବିଦ୍ୟମାନ ରାସ୍ତାର ଉନ୍ନତିକରଣ ଅନ୍ତର୍ଭୁକ୍ତ।

ଆଗକୁ ଓଡିଶାରେ କାର୍ଯ୍ୟକାରି କରିବାକୁ ଥିବା ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶାର ଦୁର୍ଗମ ଅଞ୍ଚଳକୁ ମୁଖ୍ୟ ସହର ଓ ବନ୍ଦର ସହିତ ଯୋଡ଼ିବ। ଯାହା ଦ୍ୱାରା ବ୍ୟବସାୟ ଓ ପରିବହନ ସହଜ ହେବ। ଏହାସହ ପ୍ରସ୍ତାବିତ ବିଭିନ୍ନ ନୂଆ ରାଜପଥ ଶିଳ୍ପ ଓ ଖଣି କ୍ଷେତ୍ରକୁ ଗତି ଦେବ ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଖାଲି ଏତିକି ନୁହେଁ ନିର୍ମାଣ ହେବାକୁ ଯାଉଥିବା ସଡକରେ ଗୁଣବତ୍ତା କାମ ହେବା ସହ ଏବଂ ଟ୍ରାଫିକ ଜାମ ହ୍ରାସ କରିବା ପାଇଁ ଆଧୁନିକ ପ୍ରଯୁକ୍ତିକ ବ୍ୟବହାର କରାଯିବ। ଏବଂ ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ ଓ ଜଳ ନିଷ୍କାସନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଇଛି।

ଏହି ବୈଠକର ଅଧ୍ୟକ୍ଷତା କରୁଥିବା ମନ୍ତ୍ରୀ ଗଡ଼କରୀ କହିଛନ୍ତି ଯେ, ଏହି ପ୍ରକଳ୍ପଗୁଡ଼ିକ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ସମ୍ପୂର୍ଣ୍ଣ ହେବ ଏବଂ ଗୁଣବତ୍ତାରେ କୌଣସି ପ୍ରକାରର ବୁଝାମଣା କରାଯିବ ନାହିଁ। ରାଜ୍ୟ ସରକାର ମଧ୍ୟ ଜମି ଅଧିଗ୍ରହଣ ଓ ଅନ୍ୟାନ୍ୟ ପ୍ରଶାସନିକ କାର୍ଯ୍ୟରେ ସମ୍ପୂର୍ଣ୍ଣ ସହଯୋଗ କରୁଛନ୍ତି ବୋଲି ଶ୍ରୀ ଗଡ଼କରୀ କହିଛନ୍ତି।

ଏହି ହାଇୱେ ପ୍ରକଳ୍ପଗୁଡ଼ିକ ଓଡ଼ିଶାକୁ ପୂର୍ବ ଭାରତର ଏକ ପ୍ରମୁଖ ଅର୍ଥନୈତିକ କେନ୍ଦ୍ର ଭାବେ ପରିଣତ କରିବ। ଗ୍ରାମୀଣ ଅଞ୍ଚଳରେ ରୋଜଗାର ସୁଯୋଗ ବୃଦ୍ଧି ପାଇବ ଏବଂ ପର୍ଯ୍ୟଟନ କ୍ଷେତ୍ର ମଧ୍ୟ ନୂଆ ଗତି ପାଇବ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.