ପ୍ରମୂଖ ଖବର
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ଏହି ରାଶିର ବ୍ୟକ୍ତିଙ୍କ ଲାଗି ନୂତନ ସୁଯୋଗ ସୃଷ୍ଟି ହେବ ଏବଂ ନୂତନ ସମ୍ଭାବନା ପ୍ରକାଶ ପାଇବ

ମେଷ : ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ ଏବଂ ଅପଯଶରୁ ମୁକ୍ତ ହେବେ ଏବଂ ମନରୁ ଦୁଶ୍ଚିନ୍ତା, ଦୁର୍ଭାବନା ଓ ହତୋତ୍ସାହ ଭାବ ଅପସରିଯିବ ଏବଂ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବ୍ୟୟ ବହୁତ କମ୍‌ ରହିବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ କର୍ମରେ ତତ୍ପରତା ଓ ସମୟାନୁବର୍ତ୍ତିତା ପ୍ରକାଶ ପାଇବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ସୁଫଳ ପାଇବେ ।  

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଘାତବାର ଓ ଏକାଦଶ ଚନ୍ଦ୍ର ଏବଂ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଘାତବାରର ପ୍ରଭାବ କମ୍‌ ରହିବ ଏବଂ ସମସ୍ତ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହେବ ଏବଂ ନୂତନ ସମ୍ଭାବନା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ମିଳିବ । କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ପ୍ରାପ୍ତି ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ । 

ଶୁଭ ରଙ୍ଗ: ଧଳା, ସଂଖ୍ୟା : ୪, ଆରାଧନା : ମା’ କମଳା ।

ମିଥୁନ : ଦଶମ ଚନ୍ଦ୍ର, ଶନିବାର ଏବଂ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ କରିପାରନ୍ତି କିମ୍ବା ନୂତନ ନିଯୁକ୍ତି ମିଳିପାରେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ଧ୍ୟାନ ଅଧିକ ରହିବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ ଏବଂ ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ଉପକୃତ ହେବେ ।

 ଶୁଭ ରଙ୍ଗ: ମେରୁନ୍‌, ସଂଖ୍ୟା : ୮, ଆରାଧନା : ମା’ ତ୍ରିପୁରସୁନ୍ଦରୀ ।

କର୍କଟ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କ ସହ ମତାନ୍ତର କିମ୍ବା ତାଙ୍କଠାରୁ ଅପମାନ ମିଳିପାରେ । ମନରେ ଅସ୍ଥିରତା, ବ୍ୟଗ୍ରତା ବୃଦ୍ଧି ପାଇବ ଏବଂ ଅପମାନ, ଅପଯଶ ଓ ଅପନିନ୍ଦା ମିଳିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମାନ୍ଦାବସ୍ଥା ଲାଗି ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ଯେଉଁମାନଙ୍କର ପୁଷ୍ୟା କର୍କଟ, ସେମାନେ ସତର୍କ ହେବେ । ଶୁଭ ରଙ୍ଗ: ଧଳା, ସଂଖ୍ୟା: ୧, ଆରାଧନା : ମା’ ଭୁବନେଶ୍ୱରୀ ।

 

ସିଂହ : ଘାତବାର, ଅଷ୍ଟମ ଚନ୍ଦ୍ର, ଘାତତିଥି ଏବଂ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର ଏବଂ ଯାନବାହନ ଆରୋହଣ କାଳରେ ସତର୍କ ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମତାନ୍ତର ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅପେକ୍ଷା ବଦ୍‌ଖର୍ଚ୍ଚ ଅଧିକ ହେବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବା ଫାଳଗୁନୀ ସିଂହ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ସିଲ୍‌ଭର, ସଂଖ୍ୟା : ୧୧, ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

କନ୍ୟା : ଘାତବାର ଏବଂ ସପ୍ତମ ଚନ୍ଦ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ଅସ୍ଥିର ଓ ବିଷାଦଗ୍ରସ୍ତ ରହିବ । ମନରେ ପ୍ରସନ୍ନତା, ପରିବାରରେ ସ୍ୱର୍ଗୀୟ ସୁଖ ଏବଂ ସହଧର୍ମିଣୀଙ୍କ ସହ ସମ୍ପର୍କ ମଧୁର ହେବ । ସନ୍ତାନସନ୍ତତି ଏବଂ ଭ୍ରାତୃଭଗ୍ନୀଙ୍କ ବୈବାହିକ କର୍ମର ଆୟୋଜନ କରିବେ କିମ୍ବା କୌଣସି ବୈବାହିକ କର୍ମରେ ଯୋଗଦେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ଓ ଚିତ୍ରା କନ୍ୟା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : କଫି, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା: ଷଷ୍ଠ ଚନ୍ଦ୍ର, ଶନିବାର ଏବଂ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ରୋଗ, ଋଣ ଓ ଶତ୍ରୁ ଏଥିରୁ ସାମୟିକ ମୁକ୍ତି ମିଳିବ ଏବଂ ସମସ୍ତଙ୍କର ପ୍ରଶଂସାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ: ନୀଳ, ସଂଖ୍ୟା: ୪, ଆରାଧନା: ମା’ ସମଲେଶ୍ୱରୀ ।

ବିଛା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଯୋଗୁ ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମତାନ୍ତର ଏବଂ ଇତର ଜନଠାରୁ ଅପମାନ ପାଇବେ । ସନ୍ତାନମାନଙ୍କ ଶିକ୍ଷା, ଦୀକ୍ଷା, ଚାଲିଚଳନ, ବ୍ୟବହାର, କଥାବାର୍ତ୍ତାକୁ ନେଇ ଚିନ୍ତିତ ହେବେ । ପିତାମାତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା କିମ୍ବା ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ଅନୁରାଧା ବିଛା, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।

ଧନୁ : ଘାତଚନ୍ଦ୍ର ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ପଦସ୍ଥ ଅଧିକାରୀ, ଗୁରୁଜନ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ କଥାବାର୍ତ୍ତା ବେଳେ ସତର୍କ ହେବେ । ମନରେ ଅସ୍ଥିରତା, ପରିବାରରେ ମତାନ୍ତର, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେହେବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୫, ଆରାଧନା : ମା’ ତାରା ।

ମକର : ତୃତୀୟ ଚନ୍ଦ୍ର, ଶନିବାର ଏବଂ ଶନିଙ୍କ ନକ୍ଷତ୍ର ଭୋଗ ହେଉଥିôବାରୁ ଅସମ୍ଭବକୁ ସମ୍ଭବ କରିବାରେ ସଫଳ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା ଓ ଅଭିଳାଷ ପୂର୍ଣ୍ଣ ହେବ ଏବଂ ସମସ୍ତ ଈପ୍‌ସିତ ପଦାର୍ଥ ହାତପାଆନ୍ତାରେ ଉପଲବ୍ଧ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ ସୁଯୋଗ ଜୁଟିବ । କର୍ମରେ ସଫଳତା ଏବଂ ସମସ୍ତ କର୍ମରେ ଆପଣଙ୍କର କର୍ମକୁଶଳତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।  

ଶୁଭ ରଙ୍ଗ : କଳା, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।

କୁମ୍ଭ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ସତର୍କ ହେବେ । 

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୦୩, ଆରାଧନା :  ମା’ ଭୈରବୀ ।

ମୀନ : ଶ୍ରୀଚନ୍ଦ୍ର ଯୋଗୁ ଆମୋଦପ୍ରମୋଦ ଏବଂ ମଉଜ ମଜଲିସ୍‌ରେ ଅଧିକ ଆଗ୍ରହ ରହିବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହ ସମ୍ପର୍କ ନିବିଡ଼ ହେବ । ମନରେ ପ୍ରସନ୍ନତା, ପରିବାରରେ ସୁଖଶାନ୍ତି ଏବଂ ଦେହ, ମନ ସୁସ୍ଥ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ଉପକୃତ ହେବେ । 

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୯, ଆରାଧନା : ମା’ ତାରା ।

 

ଜ୍ୟୋତିର୍ବିଦ୍‌ : କୈଳାସ ଦାଶ, 

ଯୋଗାଯୋଗ : ୯୪୩୭୧୩୩୪୭୩

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.