ପ୍ରମୂଖ ଖବର
  • ୩ ପ୍ରସ୍ତାବରେ କ୍ୟାବିନେଟ ମୋହର : ଅଗ୍ନିବୀରଙ୍କୁ ୧୦% ସଂରକ୍ଷଣ, ବାପାଙ୍କ ମୃତ୍ୟୁ ପରେ ଚାକିରି ପାଇବ ଝିଅ
  • ||
  • ରିଆମାଳ; ପାରିବାରିକ କଲହରୁ ମହିଳାଙ୍କ ଆତ୍ମହତ୍ୟା, ପୋଲିସର ତଦନ୍ତ ଆରମ୍ଭ।
  • ||
  • ଗଣେଶ ମେଢ଼ ଭସାଣିବେଳେ ତୁମୁଳକାଣ୍ଡ: ଗୋଷ୍ଠୀ ସଂଘର୍ଷ, ୧୫ ଆହତ
  • ||
  • ଭୁବନେଶ୍ୱର: ମାଲକାନଗିରି ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବନ୍ୟା ଅଞ୍ଚଳ ପରିଦର୍ଶନ କରିବେ
  • ||
  • ମୟୂରଭଞ୍ଜ: ବିଦ୍ୟୁତ ଆଘାତରେ ମାଈ ହାତୀ ମୃତ
  • ||
  • ଭୁବନେଶ୍ୱର: ଆଜି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ, ବିଭିନ୍ନ ପ୍ରସ୍ତାବ ଉପରେ ହେବ ଆଲୋଚନା
  • ||
  • ଚାନ୍ଦିପୁରରୁ କ୍ଷେପଣାସ୍ତ୍ର ପରୀକ୍ଷଣ: ଆଜି ୬ ଗ୍ରାମରୁ ୩୧୦୦ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ
  • ||
  • ସମାକୋଇ ଜଳସେଚନ ପ୍ରକଳ୍ପକୁ ବିରୋଧ, ତେଲକୋଇରେ ୧୨ ଘଣ୍ଟିଆ ବନ୍ଦ ପାଳନ
  • ||
  • ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ ଏବଂ ୧୪ରେ ଅଧିକ ବର୍ଷା ସମ୍ଭାବନା
  • ||

ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ମଞ୍ଜୁରି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବରଗଡବାସୀ

ଭୁବନେଶ୍ଵର,୨୯/୮ : ଲୋକସେବା ଭବନଠାରେ ଆଜି ବରଗଡ ଜିଲ୍ଲାର ଏକ ପ୍ରତିନିଧି ମଣ୍ଡଳୀ, ସାଂସଦ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଆସି ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ପାଇଁ   ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ପ୍ରକଳ୍ପ ପାଇଁ ସେମାନେ ମଧ୍ୟ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ କୃତଜ୍ଞତା ପ୍ରକାଶ କରିଛନ୍ତି । ସେମାନଙ୍କ ସହିତ ରାଜ୍ୟ ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ ମଧ୍ୟ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଏହି ନୂତନ ରେଳପଥ ନିର୍ମାଣ ପାଇଁ କେନ୍ଦ୍ର ରେଳ ମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକ୍ରମେ ଏହି ରେଳ ପ୍ରକଳ୍ପ ମଞ୍ଜୁର ହୋଇଛି । ଉଭୟ ରାଜ୍ୟ ଓ କେନ୍ଦ୍ରରେ ସମାନ ସରକାର ଥିବାରୁ ବର୍ତ୍ତମାନ ଓଡିଶାରେ ଭିତ୍ତିଭୂମି ବିକାଶ ପାଇଁ ଏହା ସମ୍ଭବ ହେଉଛି ।

ବରଗଡ ଜିଲ୍ଲାରୁ ଆସିଥିବା ପ୍ରତିନିଧି ମଣ୍ଡଳୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରାୟ ୩ ହଜାର କୋଟି ଟଙ୍କା ପ୍ରକଳ୍ପ ମୂଲ୍ୟରେ ନିର୍ମାଣ ହେବାକୁ ଥିବା ଏହି ରେଳପଥ ବରଗଡ ଜିଲ୍ଲା ଓ ନୂଆପଡା ଜିଲ୍ଲାବାସୀଙ୍କ ଗମନାଗମନ ସୁବିଧା କରିବା ସହ ସେମାନଙ୍କ ଅର୍ଥନୈତିକ ଉନ୍ନତି ଆଣିବାରେ ମଧ୍ୟ ସହାୟକ ହେବ।  ଏହି ରେଳପଥ ନିର୍ମାଣ ପାଇଁ ଆବଶ୍ୟକୀୟ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସୁବିଧା ଓ ସହଯୋଗ ଯୋଗାଇ ଦିଆଯିବ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.