ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଅଲୋଡ଼ା ଶିଶୁ କନ୍ୟା, ରାସ୍ତା କଡ଼ରୁ ନବଜାତ ଶିଶୁକନ୍ୟା ଉଦ୍ଧାର

Published By : Anindita Ratha | December 14, 2024 12:52 PM

ସୁବର୍ଣ୍ଣପୁର,୧୪/୧୨ : ପୁଣି ଅଲୋଡ଼ା ଶିଶୁ କନ୍ୟା । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ତୁଲୁଣ୍ଡୁପାଲି ରାସ୍ତାକଡ଼ରୁ  ଉଦ୍ଧାର ହୋଇଛି  ନବଜାତ ଶିଶୁ କନ୍ୟା । ବର୍ତ୍ତମାନ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇ ପ୍ରଥମେ ବିନିକା ଡାକ୍ତରଖାନା ପରେ ସୁବର୍ଣ୍ଣପୁର୍ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇ ଚିକିତ୍ସା ଜାରି ରହିଛି।  

ସୂଚନା ମୁତାବକ, ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ତୁଲୁଣ୍ଡୁପାଲିର ରାସ୍ତା କଡ଼ରେ ଆଜି ସକାଳୁ ଶିଶୁ କନ୍ୟାଟି ପଡ଼ିଥିବାର ସ୍ଥାନୀୟ ଲୋକ ଦେଖିଥିଲେ ।  ଯାହାକୁ ନେଇ ସେମାନେ ବିନିକା ପୋଲିସ ଷ୍ଟେସନରେ ଖବର ଦେଇଥିଲେ । ଏନେଇ ଖବରପାଇ ବିନିକା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶିଶୁ କନ୍ୟାକୁ ଉଦ୍ଧାର କରିଥିଲା । ଏହାପରେ ପ୍ରଥମେ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଏବଂ ପରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆ ଯାଇଥିଲା।  ସେଠାରେ ଶିଶୁଟିର ଚିକିତ୍ସା ଚାଲିଥିବା ଜଣା ପଡିଛି ।  ଏହି ଘଟଣାକୁ ନେଇ ପୋଲିସର ତଦନ୍ତ ଚାଲିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ଶିଶୁଟିକୁ କିଏ ଓ କାହିଁକି ଫୋପାଡିଛି ଜଣା ପଡ଼ିନାହିଁ। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.