PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

କେନାଲ କୂଳରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା, ୨୦/୧୧ : କେନାଲ କୂଳରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର। କେନ୍ଦ୍ରାପଡ଼ା ସଦର ଥାନା ଅଧୀନ ପଟ୍ଟାମୁଣ୍ଡାଇ କେନାଲର ଛେଦେରାଠାରେ ଏକ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି। ଜନ୍ମ ପରେ କେହି ଶିଶୁପୁତ୍ରକୁ ଫିଙ୍ଗି ଦେଇ ଚାଲିଯାଇଥିବା ସନ୍ଦେହ କରାଯାଉଛି। ଅଭିଯୋଗ ପାଇ ସଦର ଥାନା ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଚଳାଇଛି।

ଅଭିଯୋଗରୁ ପ୍ରକାଶ ଯେ, ରବିବାର ସକାଳେ ପଟ୍ଟାମୁଣ୍ଡାଇ କେନାଲର ଛେଦେରାଠାରେ ଏକ ନବଜାତ ଶିଶୁପୁତ୍ରର ମୃତଦେହ ପାଣିରେ ଭାସୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ସେତେବେଳେ ଆଖପାଖରେ କେହି ନଥିଲେ। ତେବେ ଶିଶୁପୁତ୍ରଟି ଏଠାକୁ କେମିତି ଆସିଲା ତାହା ଜଣାପଡିନାହିଁ। ସିଡିଏମଓ ଡାକ୍ତର ଅନୀତା ପଟ୍ଟନାୟକଙ୍କୁ ଏ ସମ୍ପର୍କରେ ପଚାରିବାରୁ କହିଛନ୍ତି କି, ପଟ୍ଟାମୁଣ୍ଡାଇ ମେଡିକାଲ ଅଫିସରଙ୍କୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।