ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସମାନଙ୍କୁ ମିଳିବ ୫ଲକ୍ଷ ଟଙ୍କା ଲେଖାଏଁ ମୂଳଧନ

Published By : Gurupada Nath | January 21, 2025 9:37 PM

ଭୁବନେଶ୍ୱର,୨୧/୧ :  ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ   ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ କରଯାଇଛି। ଏହା ମଧ୍ୟରେ ୧୫୪୨ଟି  ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ଗଠନ କରାଯାଇଛି।

ଏହି ନବଗଠିତ ସଂସ୍ଥା ଗୁଡିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ନବଗଠିତ ପ୍ୟାକ୍ସ କିମ୍ବା ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବା ପାଇଁ  ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ବା Seed Money ଦିଆଯିବ । ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହାଦ୍ୱାରା ନବଗଠିତ ୧୫୪୨ଟି ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମୂଳଧନ ଭାବରେ ୭୬.୮୦କୋଟି ଟଙ୍କା ପ୍ରଦାନ କରାଯିବ। ଏହାଦ୍ୱାରା ରାଜ୍ୟର ସମବାୟ କ୍ଷେତ୍ର ସୁଦୃଢ ହେବା ସହ ଚାଷୀ ଭାଇମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.