ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନାଇଜେରିଆର ଜିସିଓଏନ ସମ୍ମାନ

Published By : Ankita S | November 17, 2024 2:09 PM

ନୂଆଦିଲ୍ଲୀ,୧୭/୧୧: ନାଇଜେରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କରାଯାଇଛି । ପ୍ରଧାନମନ୍ତ୍ରୀଙ୍କୁ ନାଇଜେରିଆର ଗ୍ରାଣ୍ଡ କମାଣ୍ଡର ଅଫ୍ ଦ ଅର୍ଡର ଅଫ୍ ଦ ନାଇଜର ସମ୍ମାନ ଦିଆଯାଇଛି । ନାଇଜେରିଆ ସରକାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସମ୍ମାନିତ କରିଛନ୍ତି । ରାଣୀ ଏଲିଜାବେଥ ଏକମାତ୍ର ବିଦେଶୀ ଭାବେ ଏହି ସମ୍ମାନ ପାଇଥିଲେ । ୧୯୬୯ରେ ସମ୍ମାନିତ ହୋଇଥିଲେ ରାଣୀ ଏଲିଜାବେଥ । କୌଣସି ବିଦେଶୀ ରାଷ୍ଟ୍ର ପକ୍ଷରୁ ମୋଦିଙ୍କୁ ଏହା ସପ୍ତଦଶ ସମ୍ମାନ । ଏହା ପୂର୍ବରୁ ୧୬ଟି ବିଦେଶୀ ରାଷ୍ଟ୍ର ସେମାନଙ୍କ ସର୍ବଶ୍ରେଷ୍ଠ ସମ୍ମାନରେ ସମ୍ମାନିତ କରିସାରିଛନ୍ତି ।

ତିନୋଟି ଦେଶ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି (ରବିବାର) ନାଇଜେରିଆରେ ପହଞ୍ଚିଥିଲେ । ନାଇଜେରିଆ ରାଜଧାନୀ ଆବୁଜାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ଦୀର୍ଘ ୧୭ ବର୍ଷ ପରେ ଏହି ପଶ୍ଚିମ ରାଷ୍ଟ୍ର ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । ଆବୁଜାରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ କରିଥିଲେ ଭାରତୀୟ ସମୁଦାୟ । ନାଇଜେରିଆର ପାରମ୍ପରିକ ନୃତ୍ୟ ବାଦ୍ୟରେ ମୋଦିଙ୍କୁ ସ୍ବାଗତ କରାଯାଇଥିଲା । ମୋଦି ମୋଦି ନାରାରେ କମ୍ପିଥିଲା ନାଇଜେରିଆର ଆବୁଜା ଅଞ୍ଚଳ ।

ଆଜି ନାଇଜେରିଆ ରାଷ୍ଟ୍ରପତି ଟିନୁବୁଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ । ଉଭୟଙ୍କ ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କକୁ ମଜଭୂତ ଲାଗି ବୈଠକ ହେବ । ଏହାପରେ ପ୍ରଧାନମନ୍ତ୍ରୀ ଭାରତୀୟ ସମୁଦାୟଙ୍କୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଦୀର୍ଘ ୧୭ ବର୍ଷ ପରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କର ଏହା ପ୍ରଥମ ନାଇଜେିଆ ଗସ୍ତ । ନାଇଜେରିଆ ଗସ୍ତ ପରେ ପ୍ରଧାନମନ୍ତ୍ରୀ ବ୍ରାଜିଲ ଓ ପରେ ଗୁୟାନା ଗସ୍ତ କରିବେ । ବ୍ରାଜିଲରେ ଜି-୨୦ ସମ୍ମିଳନୀରେ ଭାଗ ନେବେ । ଗସ୍ତରେ ଶେଷ ପର୍ୟ୍ୟାୟରେ ଦକ୍ଷିଣ ଆମେରିକୀୟ ରାଷ୍ଟ୍ର ଗୁୟାନା ଯିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.