ପ୍ରମୂଖ ଖବର
  • ପହଲଗାମ ଆକ୍ରମଣରେ ଟିଆରଏଫର ସଂପୃକ୍ତି ନେଇ ପ୍ରମାଣ ମାଗିଲା ପାକିସ୍ତାନ
  • ||
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ବୁଧବାର ରାତିରୁ କମିବ ଥଣ୍ଡା, ୨ ଦିନ ଘନ କୁହୁଡ଼ି

Published By : Rasmita Pradhan | January 22, 2025 8:18 AM

ଭୁବନେଶ୍ୱର,୨୨/୦୧ : ରାଜ୍ୟରେ ବୁଧବାର ରାତିରୁ ବଢ଼ିବ ତାପମାତ୍ରା। ପ୍ରାୟ ୨ରୁ ୪ଡିଗ୍ରୀ ବଢ଼ିଯିବ ପାରଦ। ଫଳରେ ଥଣ୍ଡା କମିବ। ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି। ତେବେ ଥଣ୍ଡା କମିବା ସହ ଘନ କୁହୁଡ଼ି ରହିବ । ଦୁଇ ଦିନ ରାଜ୍ୟରେ ଘନ କୁହୁଡ଼ି ଦେଖାଯିବ ବୋଲି ଆକଳନ କରାଯାଇଛି। 

ସୂଚନାନୁଯାୟୀ, ବୁଧବାର ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରେ ଘନରୁ ଅତି ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ । ଗୁରୁବାର ବି କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଘନରୁ ଅତି ଘନ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବୁଧବାର ଭଦ୍ରକ, ବାଲେଶ୍ୱର, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଡିରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବ । ଗୁରୁବାର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନ ସମେତ କନ୍ଧମାଳ, କଳାହାଣ୍ଡି ଓ ସୁନ୍ଦରଗଡ଼ରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । 

ଏହି ଖବରଟିକୁ ପଢନ୍ତୁ-ଫେବ୍ରୁଆରୀ ୧୩ରୁ ବିଧାନସଭା, ୧୭ରେ ବଜେଟ ଉପସ୍ଥାପନ କରିବେ ମୋହନ ସରକାର

ପ୍ରକାଶ ଥାଉକି, ଗତକାଲି ଜି ଉଦୟଗିରିରେ ପାରଦ ୪.୨ ଡିଗ୍ରୀ ସେଲସିୟସ୍‌ ଥିଲା । ଫୁଲବାଣୀରେ ୭, ଭବାନୀପାଟଣାରେ ୯.୪, କୋରାପୁଟ ଓ ରାଉରକେଲାରେ ୯.୫, ଝାରସୁଗୁଡ଼ାରେ ୯.୮, ନବରଙ୍ଗପୁରରେ ୧୦.୫, ବୌଦ୍ଧ ଓ ଅନୁଗୁଳରେ ୧୧ ଡିଗ୍ରୀ ରେକର୍ଡ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.