ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ମଧ୍ୟାହ୍ନ ଭୋଜନରେ ସାମିଲ ହେଲା ପୁଷ୍ଟିକର ଲଡୁ, ନବମ ଏବଂ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ

Published By : Suraj Kumar | March 27, 2025 6:00 PM

ଭୁବନେଶ୍ବର,୨୭।୩ : ସ୍କୁଲ ପିଲାଙ୍କ ପାଇଁ ଖୁସି ଖବର।  ନବମ ଏବଂ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। ଏନେଇ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା। ଏଥିପାଇଁ ରାଜ୍ୟ ସରକାର ଖର୍ଚ୍ଚ କରିବେ ୫୭୦.୭୧ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାରେ ବଜେଟ୍‌ରୁ ଖର୍ଚ୍ଚ ହେବ।ସମସ୍ତ ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ମିଳିବ ମଧ୍ୟାହ୍ନ ଭୋଜନ। ପୂର୍ବରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳୁଛି ମଧ୍ୟାହ୍ନ ଭୋଜନ। ଚଳିତ ଶିକ୍ଷା ବର୍ଷରୁ ଏହା ଦିଆଯିବ । ମାଧ୍ୟମକି ସ୍କୁଲରେ ଛାତ୍ରଛାତ୍ରୀଙ୍କ ଉପସ୍ଥପାନା ବଢାଇବାକୁ ଏହି ଯୋଜନା ଆରମ୍ଭ କରାଯିବ। 


ସେହିପରି ମଧ୍ୟାହ୍ନ ଭୋଜନରେ ଏଣିକି ପିଲାଙ୍କୁ ମିଳିବ ପୁଷ୍ଟିକର ଲଡୁ ଏବଂ ଅଣ୍ଡା। ସପ୍ତାହକୁ ୩ ଦିନ ମିଳିବ ପୁଷ୍ଟିକର ଲଡୁ। ମଙ୍ଗଳବାର, ଗୁରୁବାର, ଶନିବାର ମିଳିବ ପୁଷ୍ଟିକର ଲଡୁ। ସେହିଭଳି ସୋମବାର, ବୁଧବାର ଏବଂ ଶୁକ୍ରବାର ଦିନ ଦିଆଯିବ ଅଣ୍ଡା। ପିଏମ୍‌ ପୋଷଣ ଯୋଜନା ଅଧୀନରେ ପିଲାଙ୍କୁ ଦିଆଯିବ ଲଡୁ ଏବଂ ଅଣ୍ଡା ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.