PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ ଲଜପତ୍‌ ନଗର ମାର୍କେଟ୍‌ରେ ଭୟାବହ ଅଗ୍ନିକାଣ୍ଡ
  • ||
  • ଭୁବନେଶ୍ଵର : ରାଜ୍ୟ କ୍ୟାବିନେଟରେ ୧୮ ପ୍ରସ୍ତାବ ପାରିତ, ମୋ ଘର ଯୋଜନା ପ୍ରସ୍ତାବରେ ବାଜିଲା ମୋହର
  • ||
  • ଗୌହାଟୀ : ଭୂମିକମ୍ପ ଝଟ୍‌କାରେ ଥରିଲା ଆସାମ, ରିକ୍ଟର ସ୍କେଲରେ ୪.୪ ତୀବ୍ରତା ରେକର୍ଡ
  • ||
  • ଭୁବନେଶ୍ୱର : ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ: ୭ରୁ ୮ ପ୍ରସ୍ତାବ ଉପରେ ବାଜିପାରେ ମୋହର, ବଡ଼ ଘୋଷଣା ଉପରେ ନଜର
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ଅନୁକୂଳ ପରେ ଦଣ୍ଡାରେ ପଡ଼ିଲା କଣ୍ଟା, ଗୁଜ, ଜଳଯନ୍ତ୍ର ରହି ଉଠିଲା ନିରାଡି
  • ||
  • ଭୁବନେଶ୍ୱର: ଜୁନ୍‌ ୧ରୁ ବଢ଼ିବ ତାତି, ତତଲା ପବନ କଲବଲ କରିବ: ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ସମ୍ଭାବନା
  • ||
  • କେସିଙ୍ଗା : ବ୍ୟବସାୟୀଙ୍କ ଘରୁ ସଶସ୍ତ୍ର ଡକାୟତି, ଲକ୍ଷାଧିକ ଟଙ୍କା ସହ ସୁନା ଓ ରୁପା ଅଳଙ୍କାର ଲୁଟ୍
  • ||
  • କରଞ୍ଜିଆ : କରଞ୍ଜିଆ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
  • ||

ସାଂସଦଙ୍କ ଗାଡ଼ି ଧକ୍କାରେ ଯୁବକ ମୃତ

ବଲାଙ୍ଗିର, ୨୪/୫ : ରାଜ୍ୟସଭା ସାଂସଦଙ୍କ ଗାଡ଼ି ଧକ୍କାରେ ଯୁବକ ମୃତ। ବଲାଙ୍ଗିର ଜିଲ୍ଲା ପାଟଣାଗଡ଼-ଲରମ୍ଭା ରାସ୍ତା ତମିଆଁ ଛକ ଠାରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ତେବେ ଦୁର୍ଘଟଣା ବେଳେ ଗାଡିରେ ସାଂସଦ ନଥିବା ଜଣା ପଡିଛି।

ସୂଚନା ଅନୁସାରେ, ପାଟଣାଗଡ଼ ବ୍ଳକ ଖୁର୍ସେଲ ପଞ୍ଚାୟତ ଇନପୁର ଗାଁର ଟଙ୍କଧର ବିଶ୍ବାଳ ଏକ ସ୍କୁଟିରେ ପାଟଣାଗଡ଼କୁ କୌଣସି କାମରେ ଆସୁଥିବା ବେଳେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶିଙ୍କ ଗାଡ଼ି ଲରମ୍ଭା ଆଡ଼କୁ ଦ୍ରୁତ ଗତିରେ ଯାଉଥିଲା। ଏହି ସମୟରେ ତମିଆଁ ଛକ ଠାରେ ଉକ୍ତ ସ୍କୁଟିକୁ ସାଂସଦଙ୍କ ଗାଡି ଧକ୍କା ଦେଇଥିଲା। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ସାଂସଦଙ୍କ ଗାଡ଼ିକୁ ଲରମ୍ଭା ଥାନାକୁ ନେଇଥିବା ବେଳେ ମୃତକଙ୍କୁ ପାଟଣାଗଡ଼ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଡାକ୍ତର ଟଙ୍କଧରଙ୍କୁ ମୃତ ଘୋଷଣା କରିଛନ୍ତି। କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଛି ତାହା ତଦନ୍ତ ପରେ ଜଣାପଡ଼ିବ ବୋଲି ପୋଲିସ କହିଛି।