PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ପ୍ରଥମ ଦିନରେ ଶୋକ ପ୍ରସ୍ତାବ ପାରିତ, ଆସିବ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ନୂଆଦିଲ୍ଲୀ; ଫୁଟ୍‌ ଉପରେ ବିମାନ କ୍ୟାବିନରେ ଦେଖିବାକୁ ମିଳିଲା ଧୁଆଁ; ଦିଲ୍ଲୀ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ୍‌
  • ||
  • ଭୁବନେଶ୍ୱର: ୪ରେ ଲଘୁଚାପ, ଆଜିଠୁ ବଢ଼ିବ ବର୍ଷା
  • ||
  • ଚୌଦ୍ୱାର : ଜଗା ଦର୍ଶନ ସାରି ଘରକୁ ଫେରୁଥିବା ବେଳେ ବୋଲେରୋକୁ ପିଟିଲା ଟ୍ରକ: ଜଣେ ମୃତ, ୯ ଗୁରୁତର
  • ||
  • ପୁରୀ: ଦାରୁବ୍ରହ୍ମଙ୍କ ପତିତପାବନ ଯାତ୍ରା: ଆଜି ଜନ୍ମବେଦିକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବାରିପଦା: ଆଜି ଗଡ଼ିବ ଦ୍ୱିତୀୟ ଶ୍ରୀକ୍ଷେତ୍ର ରଥ, ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା ଶ୍ରଦ୍ଧାଳୁ
  • ||
  • କଟକ: ଆଜିଠୁ ମିଳିତ ପୁଲିସ୍‌ ସେବା ପରୀକ୍ଷା, ୩୪ କେନ୍ଦ୍ରରେ ପରୀକ୍ଷା ଦେବେ ୨୯ ହଜାର ୬୪୪ ପରୀକ୍ଷାର୍ଥୀ
  • ||

ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନିରଞ୍ଜନ ବିଶି, ନିଦ୍ୱର୍ନ୍ଦ୍ୱରେ ହୋଇଥିଲେ ନିର୍ବାଚିତ

ନୂଆଦିଲ୍ଲୀ, ୨୪/୦୬ : ରାଜ୍ୟସଭା ସାଂସଦ ଭାବେ ଶପଥ ନେଲେ ନିରଞ୍ଜନ ବିଶି । ଶପଥପାଠ କରାଇଲେ ରାଜ୍ୟସଭା ଚେୟାରମ୍ୟାନ । ରାଜ୍ୟସଭା ଚାମ୍ବରରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠି ହୋଇଛି। ରାଜ୍ୟସଭା ଉପନିର୍ବାଚନରେ ନିର୍ବାଚିତ ହୋଇଥିଲେ ନିରଞ୍ଜନ ।

ସୂଚନାନୁଯାୟୀ, ବିଜେଡି ପ୍ରାର୍ଥୀ ନିରଞ୍ଜନ ବିଶି ନିଦ୍ୱର୍ନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ। ସୁବାସ ସିଂହଙ୍କ ଇସ୍ତଫା ପରେ ଖାଲି ହୋଇଥିବା ରାଜ୍ୟସଭା ଆସନର ଉପନିର୍ବାଚନରେ ଏକମାତ୍ର ପ୍ରାର୍ଥୀ ଭାବେ ନିରଞ୍ଜନ ନାମାଙ୍କନପତ୍ର ଦାଖଲ କରିଥିଲେ। 

ବଲାଙ୍ଗିରର ଏହି ଆଦିବାସୀ ନେତାଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଭିଙ୍କୁ ଚକିତ କରିଥିଲେ। ନିରଞ୍ଜନଙ୍କ ପୂର୍ବରୁ ବିଜେଡି ନେତା ମାନସ ରଞ୍ଜନ ମଙ୍ଗରାଜ, ସୁଲତା ଦେଓ ଏବଂ ସସ୍ମିତ ପାତ୍ର ନିଦ୍ୱର୍ନ୍ଦ୍ୱରେ ରାଜ୍ୟସଭାକୁ ନିର୍ବାଚିତ ହୋଇସାରିଛନ୍ତି ।