PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ଵର : ଇଡକୋ ସହକାରୀ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଟିଟିଲାଗଡ଼ : ସମ୍ଵଲପୁରୀ ଗୀତର ତାଳେତାଳେ ଝୁମିଲେ ଟିଟିଲାଗଡ଼ ଉପ-ଜିଲ୍ଲାପାଳ, ପାଦରେ ପାଦ ମିଶାଇ ନାଚିଲେ ରଙ୍ଗବତୀ
  • ||
  • କଣ୍ଟାବାଞ୍ଜି : ମୋଟର ସାଇକେଲ୍ ଓ ବଳଦ ମୁହାଁମୁହିଁ ଧକ୍କା, ଯୁବକ ମୃତ
  • ||
  • କଟକ : ଆଠଗଡ଼କୁ ସ୍ଥାନାନ୍ତର ହେଲା ଜଗତପୁରରେ ଟ୍ରାଙ୍କୁଲାଇଜ୍ କରାଯାଇଥିବା ହାତୀ
  • ||
  • ପୁରୀ : ହୋଟେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର
  • ||

ଘଷିପୁର ଓ ଭଣ୍ଡାରିପୋଖରୀ ଆସନରୁ ଲଢ଼ିବେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର ୧।୪: ଚଳିତ ବିଧାନସଭା ନିର୍ବାଚନରେ ୨ଟି ଆସନରୁ ଲଢିବେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଂଜନ ପଟ୍ଟନାୟକ । ସୂତ୍ର ଅନୁସାରେ ନିରଂଜନ କେନ୍ଦୁଝର ଜିଲ୍ଲାର ଘଷିପୁରା ଏବଂ ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀ ଆସନରୁ ନିର୍ବାଚନ ଲଢୁଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ କିଛି ଦିନ ପୂର୍ବରୁ ବିଜୁ ଜନତା ଦଳର ବରିଷ୍ଠ ନେତା ବଦ୍ରି ନାରାୟଣ ପାତ୍ର କହିଥିଲେ ଯେ, ଯଦି ସାହାସ ଅଛି ନିରଂଜନ ପଟ୍ଟନାୟକ ଘସିପୁରା ଆସନରୁ ଲଢ଼ନ୍ତୁ। ଜବାବରେ ନିରଂଜନ ଗଣମାଧ୍ୟମର ସମ୍ମୁଖରେ କହିଥିଲେ, ଦଳ ଯଦି ଚାହିଁବ, ତା’ହେଲେ ମୋ ପକ୍ଷରୁ କିଛି ଅସୁବିଧା ନାହିଁ।