ପ୍ରମୂଖ ଖବର
  • ଭୁବନେଶ୍ୱର : ଫିଲ୍ମ ପ୍ରଯୋଜକ ନିରଞ୍ଜନ ରଣା ଗିରଫ, ଜମି ଦେବା ନାଁରେ ଠକେଇ ଅଭିଯୋଗ
  • ||
  • କୋଣାର୍କ : ୨ବାଇକ୍ ମୁହାଁମୁହିଁ ଧକ୍କା; ଜଣେ ମୃତ, ଜଣେ ଗୁରୁତର
  • ||
  • ସାଧାରଣ ଲୋକଙ୍କ ସହ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ମା'ଙ୍କୁ ନେଇ ରାଜନୀତି ନକରିବାକୁ ପରାମର୍ଶ
  • ||
  • ସମ୍ୱଲପୁର : ପୋଲିସକୁ ଆକ୍ରମଣ କରି ହାତ ପାପୁଲି ଛିଣ୍ଡାଇଥିବା ଅଭିଯୁକ୍ତକୁ ଏନକାଉଣ୍ଡର, ପାଲଟା ଆକ୍ରମଣରେ ବୁର୍ଲା ଏସଆଇ ଆହତ
  • ||
  • ଗୋପ ବସ୍ତିରେ ଜମିଜମାକୁ ନେଇ ଦୁଇ ପରିବାର ଭିତରେ ହଣା କଟା, ୫ ଗୁରୁତର
  • ||
  • ଢେଙ୍କାନାଳ : ନିର୍ମାଣଧୀନ ହୋଟେଲ ଛାତ ଭୁଶୁଡିବା ଘଟଣା; ତଦନ୍ତ ପାଇଁ ସ୍ବତନ୍ତ୍ର ପ୍ରଶାସନିକ ଟିମ ଗଠନ
  • ||
  • ଯାଜପୁର : ଅଶ୍ଳୀଳ ନୃତ୍ୟକୁ ବିରୋଧ, ନିଶା ମହାରଣାଙ୍କୁ ଚେୟାର ମାଡ
  • ||
  • କଳାହାଣ୍ଡି :ନର୍ଲା ରେଞ୍ଜ ପରିତ୍ୟକ୍ତ କୂଅରେ ପଡ଼ିଲା ଦନ୍ତା ହାତୀ: ସୁରକ୍ଷିତ ଉଦ୍ଧାର କଲା ବନ ବିଭାଗ
  • ||
  • କେନ୍ଦ୍ରାପଡା : ବାଇକ୍ ଆରୋହୀଙ୍କ ଉପରେ ମାଡ଼ିଗଲା ଟ୍ୟାଙ୍କର, ୨ ମୃତ
  • ||
  • ଆଜି ମହାମାୟାଙ୍କ ମହାସପ୍ତମୀ ପୂଜା, ପୂଜା ମଣ୍ଡପରେ ବ୍ୟାପକ ସୁରକ୍ଷା ଆୟୋଜନ
  • ||
  • ଗୁରୁବାର ଠାରୁ ହାଇକୋର୍ଟଙ୍କ ଦଶହରା ଅବକାଶ, ୨୧ ତାରିଖରେ ଖୋଲିବ କୋର୍ଟ
  • ||
  • ଆଉ ନାହାନ୍ତି ଶିଳ୍ପରତ୍ନ ରତନ ଟାଟା, ଶିଳ୍ପରତ୍ନଙ୍କୁ ହରାଇ ଦେଶ ଓ ଦେଶବାସୀ ସ୍ତବ୍ଧ
  • ||
  • ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ, ଜଙ୍ଗଲ ସଫାରୀ ପାଇଁ କରିବାକୁ ହେବ ପ୍ରି ବୁକିଙ୍ଗ
  • ||
  • ଭୁବନେଶ୍ୱର : ରାସ୍ତାରେ ବୁଲିଲା ୮ ଫୁଟର ଅଜଗର, ଲୋକେ ଆତଙ୍କିତ
  • ||

ପାଟନାରେ ଏନ୍‌ଆଇଟି ଛାତ୍ରୀଙ୍କ ଆତ୍ମହତ୍ୟା,କ୍ୟାମ୍ପସ ପରିସରରେ ହଙ୍ଗାମା

ନୂଆଦିଲ୍ଲୀ,୨୧/୦୯: ବିହାର ରାଜଧାନୀ ପାଟନାରେ ଜଣେ ଏନ୍‌ଆଇଟି ଛାତ୍ରୀଙ୍କ ଆତ୍ମହତ୍ୟା । ଯାହାକୁ ନେଇ କ୍ୟାମ୍ପସ ପରିସରରେ ହୋଇଛି ଜୋରଦାର ହଙ୍ଗାମା । ତେବେ ଶୁକ୍ରବାର ବିହାର ପାଟନାର ନ୍ୟାସନାଲ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍ନୋଲଜୀରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିବା ଖବର ସାମ୍ନାକୁ ଆସିଛି। ମୃତକ ଜଣକ ହେଲେ ଆନ୍ଧ୍ର ପ୍ରଦେଶର ବାସିନ୍ଦା ହୋଇଥିବା ବେଳେ କମ୍ପ୍ୟୁଟର ସାଇନ୍ସରେ ଦ୍ୱିତୀୟ ବର୍ଷର ଛାତ୍ରୀ ଥିଲେ ପଲ୍ଲଭୀ। ତେବେ ଏନେଇ ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। 

ସେପଟେ ଏହି ଘଟଣାକୁ ନେଇ କ୍ୟାମ୍ପସ ପରିସରରେ ଉତ୍ତେଜନା ଦେଖାଦେଇଛି। ଛାତ୍ରଛାତ୍ରୀମାନେ ଜୋରଦାର ହଙ୍ଗାମା କରିଛନ୍ତି। କଲେଜ ପ୍ରଶାସନଙ୍କ ବିରୋଧରେ ଆନ୍ଦୋଳନକାରୀ ଛାତ୍ରଛାତ୍ରୀ ଧାରଣା ଦେଇଛନ୍ତି। ଏହି ପୂରା ମାମଲାରେ ସମ୍ପୂର୍ଣ୍ଣ ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି। ଏନେଇ ପଲ୍ଲଭୀଙ୍କ ଜଣେ ବନ୍ଧୁଙ୍କ କହିବା ମୁତବାକ, ପଲ୍ଲଭୀ ଶୁକ୍ରବାର ଦିନ ସେମାନଙ୍କ ସହ ଥିଲେ ଏବଂ ଖୁସି ଥିଲେ। ସେ ଏହା କରିବେ ବୋଲି କାହାରି ଧାରଣା ନଥିଲା। ଏଭଳି ପରିସ୍ଥିତିରେ ପଲ୍ଲଭୀ କାହିଁକି ଏପରି କଲେ ତାହା ଏକ ବଡ଼ ପ୍ରଶ୍ନ। ପଲ୍ଲଭୀ ବହୁତ ଖୁସି ମିଜାର ଝିଅ ଥିଲେ। ସେ ତାଙ୍କ ପାଠପଢ଼ରେ ମଧ୍ୟ ଭଲ ଥିଲେ। ତେବେ ହଠାତ୍ ଏହା କିପରି ଘଟିଲା ତାହା ବୁଝିବା ମୁସ୍‌କିଲ। ସେପଟେ କଲେଜ ପରିସରେ ବଢ଼ୁଥିବା ଉତ୍ତେଜନାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ଫୋର୍ସ ସେଠାରେ ମୁତୟନ ହୋଇତିବା ବେଳେ ଏହି ଘଟଣାକୁ ନେଇ ଏତ ମାମଲା ରୁଜୁ ହୋଇଛି ।
















  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.