ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ବ୍ୟାଡମିଣ୍ଟନରେ କମାଲ କଲେ ନୀତେଶ କୁମାର, ଭାରତକୁ ମିଳିଲା ଦ୍ବିତୀୟ ସ୍ବର୍ଣ୍ଣ ପଦକ

ନୂଆଦିଲ୍ଲୀ: ପ୍ୟାରିସ ପାରାଅଲିମ୍ପିକ୍ସ ୨୦୨୪ରେ ଭାରତର ପଦକ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସୋମବାର ଭାରତକୁ ଦ୍ବିତୀୟ ସ୍ବର୍ଣ୍ଣ ପଦକ ଦେଇଛନ୍ତି ଭାରତୀୟ ଷ୍ଟାର ପାରା ସଟ୍‌ଲର ନୀତେଶ କୁମାର । ସୋମବାର ସେ ପୁରୁଷ ଏକକ SL3 ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି । ପୁରୁଷ ଏକକ SL3 ଫାଇନାଲରେ ଗ୍ରେଟ ବ୍ରିଟେନର ଡାନିଏଲ ବଥେଲଙ୍କୁ ୨-୧ରେ ପରାସ୍ତ କରି ଦେଶ ପାଇଁ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀତେଶ । 

୨୯ ବର୍ଷୀୟ ଭାରତୀୟ ଷ୍ଟାର ପାରା ସଟ୍‌ଲର ପ୍ରଥମ ସେଟ୍ ୨୧-୧୪ରେ ଜିତିଥିଲେ । କିନ୍ତୁ ପରେ ଅଗ୍ରଣୀ ହାସଲ କରିବା ସତ୍ତ୍ୱେ ଦ୍ବିତୀୟ ସେଟ୍ ୧୮-୨୧ରେ ହାରିଥିଲେ ।  ଏହା ପରେ ନୀତେଶ ଚମତ୍କାର ପ୍ରତ୍ୟାବର୍ତ୍ତନ କରି ତୃତୀୟ ସେଟ୍ ୨୩-୨୧ରେ ଜିତି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।  ଏକ ଘଣ୍ଟା ୨୧ ମିନିଟ୍‌ର ଯୁଦ୍ଧ ପରେ ସଫଳତା ହାସଲ କରିଛନ୍ତି ନୀତେଶ । 

ଗମ୍ଭୀର ଭିନ୍ନକ୍ଷମ ଥିବା ଖେଳାଳିମାନେ SL3 ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତି, ସେମାନଙ୍କୁ ଅଧା କୋର୍ଟରେ ଖେଳିବାକୁ ଦିଆଯାଏ । ତେବେ ପ୍ରମୋଦ ଭଗତଙ୍କ ପରେ ଦ୍ବିତୀୟ ଭାରତୀୟ ସଟ୍‌ଲର ଭାବେ SL3 ବର୍ଗରେ ପାରାଅଲିମ୍ପିକ୍ସ ଗୋଲ୍ଡ ଜିତିବାର ରେକର୍ଡ କରିଛନ୍ତି ନୀତେଶ କୁମାର । ସେପଟେ ପାରାଅଲିମ୍ପିକ୍ସରେ ବ୍ୟାଡମିଣ୍ଟନରେ ଭାରତକୁ ସବୁ ଗୋଲ୍ଡ ମେଡାଲ ହିଁ ମିଳିଛି । ୨୦୨୦ ଟୋକିଓ ପାରାଅଲିମ୍ପିକ୍ସରେ ପ୍ରମୋଦ ଭଗତ (SL3)  ଏବଂ କ୍ରିଷ୍ଣା ନାଗର (SH 6) ସ୍ବର୍ଣ୍ଣ ପଦକ ଜିତିଥିଲେ । 

 

  • sports
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.