ବଲାଙ୍ଗିର, ୧୨/୬(ଆ.ପ୍ର.): ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ଶ୍ରୀଯୁକ୍ତ ସଚିନ ରାମଚନ୍ଦ୍ର ଯାଦବ ଆଜି ଦିନିକିଆ ବଲାଙ୍ଗିର ଜିଲ୍ଲା ଗସ୍ତରେ ଆସି ସରକାରଙ୍କ ଏକ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଓ କୃଷକ ଶକ୍ତି ସମାବେଶ ସମୀକ୍ଷା କରିଛନ୍ତି । ଏହା ପରେ ପଥରଚେପ ପଡିଆକୁ ଯାଇ କ୍ଷେତ୍ର ପରିଦର୍ଶନ କରିଛନ୍ତି | ଏହି ଅବସରରେ ସେ ସରକାରଙ୍କ ବିଭିନ୍ନ ଜନ ହିତକର ଯୋଜନାର ସୁଫଳ ଲୋକମାନଙ୍କ ପାଖେ ପହଞ୍ଚାଇବା ପାଇଁ ସମସ୍ତ ଅଧିକାରୀଙ୍କୁ କହିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସମସ୍ତ ପ୍ରସ୍ତୁତି ଉପରେ ଆଲୋଚନା ହୋଇଥିଲା । ପାର୍କିଂ, ସୁରକ୍ଷା, ପ୍ରଚାରପ୍ରସାର, ମେଡ଼ିକାଲ ଟିମ ଆଦି ବାବଦରେ ଆଲୋଚନା ହୋଇଥିଲା । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇଶାଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ, ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ, ଅତିରିକ୍ତ ଜିଲ୍ଲାପାଳ ପବିତ୍ର ବେହେରା, ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାତ ମହାପାତ୍ର ଓ ଜିଲ୍ଲାସ୍ତରୀୟ ଅନ୍ୟ ଅଧିକାରୀ ବୃନ୍ଦ ଉପସ୍ଥିତ ରହିଥିଲେ।