ପ୍ରମୂଖ ଖବର
  • ଗୋଲାମୁଣ୍ଡାରେ ଦୁଇଟି ଏ.ଟି.ଏମ ଅଚଳ, ଗ୍ରାହକ ହନ୍ତସନ୍ତ
  • ||
  • ରବିବାର NEET-UG ପରୀକ୍ଷା, ୨୨.୭ ଲକ୍ଷ ପିଲା ଦେବେ ପରୀକ୍ଷା
  • ||
  • ଅନୁଗୁଳ : ଗଛ ପଡି ଚାଲିଗଲା ମହିଳାଙ୍କ ଜୀବନ, ଅଳ୍ପକେ ବର୍ତ୍ତିଲା ତିନି ବର୍ଷର ଛୁଆ
  • ||
  • ପାରାଦୀପ : ହାଇୱା ଦୁର୍ଘଟଣାରେ ୨ ମୃତ, ବନ୍ଦର ଗେଟରେ ତାଲା ପକାଇ ଆନ୍ଦୋଳନ
  • ||

ଦାରୁ ବିବାଦ : ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ ତଲବ, ୭ ଦିନ ଭିତରେ ଉତ୍ତର ରଖିବାକୁ ନିର୍ଦ୍ଦେଶ

Published By : Prameya | May 4, 2025 7:49 PM

ଭୁବନେଶ୍ବର, ୪।୫ :  ଦାରୁ ବିବାଦକୁ ନେଇ ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ନୋଟିସ ପାଇବାର ସାତ ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ତାଙ୍କୁ ସମୟ ଦିଆଯାଇଛି। ଏହି ସମୟ ଭିତରେ ସନ୍ତୋଷ ଜନକ କୈଫିୟତ୍ ହସ୍ତଗତ ନହେଲେ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ ଅନୁଯାୟୀ ଦୃଢ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନୋଟିସରେ କୁହାଯାଇଛି। 

ପଶ୍ଚିମବଙ୍ଗ ଦୀଘା ଶ୍ରୀଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ଉଦଘାଟନ ଉତ୍ସବରେ ଯୋଗଦାନ କରି ଏବଂ ଶ୍ରୀମନ୍ଦିର ଚତୁର୍ଦ୍ଧାମୂର୍ତ୍ତିଙ୍କର ନବକଳେବର ବଳକା ଦାରୁରେ ନିର୍ମିତ ମୂର୍ତ୍ତି ସେହି ଦୀଘା ମନ୍ଦିରକୁ ପ୍ରଦାନ କରିଥିବା ନେଇ ରାମକୃଷ୍ଣ ଦାସମହାପାତ୍ର ବଙ୍ଗୀୟ ଗଣମାଧ୍ୟମକୁ ସାକ୍ଷାତକାର ଦେଇଥିବା ଅଭିଯୋଗ ହୋଇଥିଲା। ପରେ ଓଡିଶା ଗଣମାଧ୍ୟମରେ ସେ ଏହାକୁ ଖଣ୍ଡନ କରିଥିଲେ।

ନବକଳେବରରେ ସଂଗୃହୀତ ଦାରୁ ମଧ୍ୟରୁ ବଳକା ଦାରୁ ଶ୍ରୀମନ୍ଦିର “ଦାରୁଘର” ରେ ସଂରକ୍ଷିତ ରହିବାର ବିଧି ରହିଥିବା ବେଳେ ଆବଶ୍ୟକ ସମୟରେ କେବଳ ଶ୍ରୀଜୀଉମାନଙ୍କ ବ୍ୟବହାରରେ ବିନିଯୋଗର ବିଧି ତଥା ପରମ୍ପରା ରହିଛି। ଜଣେ ଅଭିଜ୍ଞ ତଥା ବରିଷ୍ଠ ଦଇତାପତି ଭାବେ ଏନେଇ ସେ ଅବଗତ ଥାଇ ମଧ୍ୟ ଏଭଳି ବୟାନ ଦେବା ଦ୍ବାରା ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ମାନସରେ ବିଭ୍ରାନ୍ତି ସୃଷ୍ଟି ହୋଇଥିବା ନୋଟିସରେ କୁହାଯାଇଛି। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.