ସମ୍ବଲପୁର, ୭।୯ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇର ଲଗ୍ନ ଧାର୍ଯ୍ୟ ହେଲା । ଆସନ୍ତା ସେପ୍ଟେମ୍ବର ୨୦ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଂଚମୀ ତିଥିରେ ସକାଳ ୧୦ଟା ୨୭ରୁ ୧୦ ଟା୪୨ ମଧ୍ୟରେ ଲଗ୍ନ ନିର୍ଦ୍ଧାରଣ ହୋଇଛି | ଏହି ସମୟ ଭିତରେ ପଶ୍ଚିମ ଓଡିଶାର ଇଷ୍ଟଦେବୀ ମା’ ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗି କରାଯିବ। ପରେ ସାରା ପଶ୍ଚିମ ଓଡିଶାବାସୀ ନବାନ୍ନ ଭକ୍ଷଣ କରିବେ | ସମ୍ବଲପୁର ବ୍ରହ୍ମପୁରା ମନ୍ଦିର ପରିସରରେ ବ୍ରହ୍ମ ପଣ୍ଡିତ ମହାସଭା ବସି ଲଗ୍ନ ନିର୍ଦ୍ଧାରଣ କରିଛନ୍ତି |
ପ୍ରଥମେ ବିଦ୍ବାନ, ପଣ୍ଡିତ ପହଂଚିଲା ପରେ ବିଷ୍ଣୁ ସହସ୍ର ନାମ ପାଠ କରିଛନ୍ତି | ଏହା ପରେ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ଗଣନା କରି ଏହି ଲଗ୍ନ ନିର୍ଦ୍ଧାରଣ ହୋଇଛି । ବ୍ରହ୍ମ ପଣ୍ଡିତ ମହାସଭାରେ ପାଂଜି ଦେଖିବା ପରେ ଲଗ୍ନ ନିର୍ଦ୍ଧାରଣ ହୋଇଛି | ସେହି ଲଗ୍ନ ପତ୍ରକୁ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ କମିଟି ସଦସ୍ୟ ଓ ମନ୍ଦିର ପୂଜକ ଯାଇ ମା’ ସମଲେଶ୍ବରୀଙ୍କଠାରେ ଲଗ୍ନପତ୍ର ପ୍ରଦାନ କରିବେ | ଲଗ୍ନ ଅନୁସାରେ ପ୍ରଥମେ ମା’ ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗିହେବା ପରେ ସାରା ପଶ୍ଚିମ ଓଡିଶାବାସୀ ନବାନ୍ନ ଭକ୍ଷଣ କରିବେ ।
ଆହୁରି ପଢନ୍ତୁ :ଟିପିଏସ୍ଓଡିଏଲ୍ ଦ୍ଵାରା ଭଞ୍ଜନଗରରେ ଅଭିଯୋଗ ସମାଧାନ ଫୋରମ୍ ଉଦଘାଟିତ