ଭୁବନେଶ୍ୱର,୧୮/୧୦: ନୂଆପଡା ଉପନିର୍ବାଚନ ପାଇଁ ମଇଦାନ ପ୍ରସ୍ତୁତି। ନୂଆପଡାରେ ହେବ ତ୍ରିମୁଖୀ ଲଢ଼େଇ। ତିିନି ଦଳ ୩ ଯୋଦ୍ଧା ପ୍ରସ୍ତୁତ। ବିଜେଡିରୁ ସ୍ନେହାଙ୍ଗିନୀ ଛୁରିଆ, ବିଜେପିରୁ ଜୟ ଢ଼ୋଲକିଆ, କଂଗ୍ରେସର ଘାସିରାମ ମାଝୀ।
ଆଜି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ନାମାଙ୍କନ ଦାଖଲ କରିବେ । ଏହାପରେ ବିଶାଳ ଶୋଭାଯାତ୍ରାରେ ଯାଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଭରିବେ । ଏଥିପାଇଁ ବିଜେପି ମେଗା ସୋ ଆୟୋଜନ କରିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି, ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ସମେତ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ପଦାଧିକାରୀମାନେ ସାମିଲ ହେବେ।
କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ମଧ୍ୟ ପ୍ରାର୍ଥୀପତ୍ର ଦାଖଲ କରିବେ । ଏଥିପାଇଁ କଂଗ୍ରେସ ବିଶାଳ ଶୋଭାଯାତ୍ରା ଆୟୋଜନରେ ଲାଗିଛି ।