PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ଗୋଟିଏ ପରିବାରର ତିନି ଜଣଙ୍କୁ ଆକ୍ରମଣ, ବାପା ମୃତ, ମାଆ ଓ ଝିଅ ଗୁରୁତର

ତିଗିରିଆ, ୦୮/୦୩ : ରଙ୍ଗର ପର୍ବରେ ରକ୍ତ ରଞ୍ଜିତ ହେଲା ତିଗିରିଆ ଥାନା ଅନ୍ତର୍ଗତ ନୂଆପାଟଣାର ସୁରେନ୍ଦ୍ରପାଟଣା। ଗୋଟିଏ ପରିବାରର ତିନି ଜଣଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ। ବାପାର ମୃତ୍ୟୁ ହୋଇଥିବା ବେଳେ ମାଆ ଓ ଝିଅ ଗୁରୁତର ହୋଇଛନ୍ତି।

ସୂଚନାନୁଯାୟୀ, ତିଗିରିଆ ଥାନା ନୂଆପାଟଣାର ସୁରେନ୍ଦ୍ରପାଟଣା ଗ୍ରାମରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଚିନ୍ତାମଣି ବେହେରାଙ୍କ ପରିବାର ଉପରକୁ ମରଣାନ୍ତକ ଆକ୍ରମଣ ହୋଇଛି। ଚିନ୍ତାମଣି ତାଙ୍କ ସ୍ତ୍ରୀ ଓ ଝିଅକୁ କେହି ଧାରୁଆ ଅସ୍ତ୍ରରେ ହାଣି ଦେଇଛି। ଆଠଗଡ଼ ଉପଖଣ୍ଡ ଡାକ୍ତରଖାନାରେ ଚିନ୍ତାମଣିଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଓ ଝିଅ ଗୁରୁତର ଅଛନ୍ତି। ଘଟଣାସ୍ଥଳରେ ତିଗିରିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଏହି ହତ୍ୟାର କାରଣ ଅସ୍ପଷ୍ଟ ରହିଛି।