ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଗୁଜରାଟ ମଡେଲରେ ଓଡ଼ିଶାରେ ହେବ ପୋଷଣ କେନ୍ଦ୍ର, ହିତାଧିକାରୀଙ୍କୁ ମିଳିବ ସ୍ୱତନ୍ତ୍ର କାର୍ଡ

Published By : Prameya | March 16, 2025 12:19 PM

ଭୁବନେଶ୍ୱର ୧୬/୦୩: ଗୁଜରାଟ ମଡେଲରେ ଓଡ଼ିଶାରେ ହେବ ପୋଷଣ କେନ୍ଦ୍ର। ପୋଷଣ କେନ୍ଦ୍ର ଜରିଆରେ ଗରିବ ଓ ମଧ୍ୟବିତ୍ତଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇବେ ସରକାର। ପୋଷଣ କେନ୍ଦ୍ରରେ ମିଳିବ ଡାଲି, ଅଟା, ତେଲ ଓ ଚାଉଳ ଭଳି ଅତ୍ୟାବଶ୍ୟକ ସାମଗ୍ରୀ । ଏହାର ଲାଭ ଉଠାଇବା ପାଇଁ ହିତାଧିକାରୀଙ୍କୁ ମିଳିବ ସ୍ୱତନ୍ତ୍ର କାର୍ଡ। ଏନେଇ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।

ଏଥିସହିତ ପୋଷଣ କେନ୍ଦ୍ର ପାଇଁ କେନ୍ଦ୍ର ଓ ରାଜ୍ୟ ସବସିଡି ଦେବେ। ପାଇଲଟ ପ୍ରୋଜେକ୍ଟରେ ୩୫ଟି ପୋଷଣ କେନ୍ଦ୍ର ଖୋଲାଯିବ।ଏହା ସଫଳ ହେଲେ ପ୍ରତି ପଞ୍ଚାୟତରେ ଖୋଲିବ । ଏଥିପାଇଁ ଆଲୋଚନା ଚାଲିଛି। ଯୋଜନା କାର୍ଯ୍ୟକାରୀ ପୂର୍ବରୁ ସରକାରୀ ଅଧିକାରୀଙ୍କୁ ପ୍ରାଥମିକ ପ୍ରଶିକ୍ଷଣ ଦିଆଯାଇସାରିଛି। ଆଗକୁ ଅଧିକାରୀଙ୍କର ଏକ ସ୍ୱତନ୍ତ୍ର ଟିମ୍ ଗୁଜୁରାଟ ଯିବାର କାର୍ଯ୍ୟକ୍ରମ ଥିବା ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.