PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଓଏଏସ୍‌ ସ୍ତରରେ ଛୋଟ ଧରଣର ଅଦଳବଦଳ: ଅନନ୍ତ ବିଜୟ ପଟ୍ଟନାୟକଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ

ଭୁବନେଶ୍ୱର,୧୯/୧୧: ଓଡ଼ିଶା ପ୍ରାଶାସନିକ ସେବା (ଓଏଏସ୍‌)ର ୫ଜଣ ଅଧିକାରୀଙ୍କ ବଦଳି କରାଯାଇଛି । ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ପୂର୍ବତନ ସଚିବ ତଥା ଏବେ ସାଧାରଣ ପ୍ରଶାସନ ବିଭାଗର ଯୋଗ ଦେଇଥିବା ଅନନ୍ତ ବିଜୟ ପଟ୍ଟନାୟକଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସେହିପରି ଜଙ୍ଗଲ ବିଭାଗ ଅତିରିକ୍ତ ସଚିବ ମଧୁସୂଦନ ଦାସଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ସଚିବ କରାଯାଇଛି। ବାଲେଶ୍ୱରର ଅତିରିକ୍ତ ଉପଜିଲ୍ଲାପାଳ କିଶୋର ଚନ୍ଦ୍ର ସ୍ୱାଇଁଙ୍କୁ ଝାରସୁଗୁଡ଼ା ଉପଜିଲ୍ଲାପାଳ, ଝାରସୁଗୁଡ଼ା ଉପଜିଲ୍ଲାପାଳ ଦୟାମୟ ପାଢ଼ୀଙ୍କୁ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ର ଉପଜିଲ୍ଲାପାଳ, କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ୍‌ ବିଡିଓ ଈଶ୍ୱର ଚନ୍ଦ୍ର ନାଏକଙ୍କୁ ମୟୂରଭଞ୍ଜ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ବୋଲି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ସଚିବ ଏସ୍‌ ଏନ୍‌ ସାହୁ ସୂଚନା ଦେଇଛନ୍ତି।

ସମ୍ବନ୍ଧିତ ଖବର