PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର: ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିିତ ପୂଜାରୀଙ୍କୁ ବହିଷ୍କାର ପରେ ବଦଳିଲେ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ
  • ||
  • ସିଙ୍ଗାପୁରରେ ରାଷ୍ଟ୍ରପତି ନିର୍ବାଚନ ଲଢିବେ ଭାରତୀୟ ବଂଶୋଦ୍ଭବ ତଥା ବରିଷ୍ଠ ମନ୍ତ୍ରୀ ଥର୍ମନ ଶନମୁଗରତ୍ନମ
  • ||
  • ଭୁବନେଶ୍ବର : ୧୦ ଜିଲ୍ଲାର ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା କଂଗ୍ରେସ
  • ||
  • ଭୁବନେଶ୍ବର : ପିସିସି ଶୃଙ୍ଖଳା କମିଟି ପୁନର୍ଗଠନ, କମିଟି ଅଧ୍ୟକ୍ଷ ହେଲେ ବିଧାୟକ ସନ୍ତୋଷ ସିଂ ସାଲୁଜା
  • ||
  • ସୋର : ଭଙ୍ଗା ହେଲା ବାହାନଗା ହାଇସ୍କୁଲ ଘର, ଟ୍ରେନ୍ ଦୁର୍ଘଟଣା ପରେ ରଖାଯାଇଥିଲା ମୃତଦେହ
  • ||
  • ଭୁବନେଶ୍ଵର : ରେଲୱେ ପକ୍ଷରୁ ବାହାନଗା ରେଳ ଦୁର୍ଘଟଣାଗ୍ରସ୍ତ ୬୬୧ ପରିବାରକୁ ମିଳିଛି ସହାୟତା ରାଶି, ୪ଟି ଲେନରେ କରୁଛି ଟ୍ରେନ୍ ଚଳାଚଳ
  • ||
  • ରାୟଗଡ଼ା : ଠିକାଦାର ତଥା କଂଗ୍ରେସ ନେତାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା
  • ||
  • ଭୁବନେଶ୍ଵର : ଏକ ମଡେଲ ସ୍କୁଲ ଭାବରେ ଗଢାହେବ ବାହାନଗା ହାଇସ୍କୁଲ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
  • ||

ବରିଷ୍ଠ ଓଏଏସ୍‌ ସ୍ତରରେ ବଦଳି: ଶକ୍ତି ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିିତ୍ୱ ସମ୍ଭାଳିବେ ବରିଷ୍ଠ ଓଏଏସ୍‌ ମନସ୍ୱିନୀ ସାହୁ

ଭୁବନେଶ୍ୱର,୨୬/୦୫: ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ସ୍ତରରେ ବଦଳି କରିଛନ୍ତି । ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ମହିଳା ଓ ଶିଶୁବିକାଶ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍‌ ମନସ୍ୱିନୀ ସାହୁଙ୍କୁ ଶକ୍ତି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ବରିଷ୍ଠ ଓଏଏସ୍‌ ଦିଗନ୍ତ ରାଉତରାୟଙ୍କୁ ପାରାଦୀପ ଅତିରିକ୍ତ ଜିଲ୍ଲାପାଳ ଭାବେ ବଦଳି ହୋଇଛି । ସେ ଅତିରିକ୍ତ ଭାବେ ପାରାଦୀପ ପୌର ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱ ତୁଲାଇବେ ।

ରାଜ୍ୟ ବିହନ ନିଗମ ପରିଚାଳନା ନିର୍ଦ୍ଦେଶକ ବରିଷ୍ଠ ଓଏଏସ୍‌ ଭବେଶ କୁମାର ନାୟକ ଅତିରିକ୍ତ ଭାବେ ରାଜ୍ୟ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଦାୟିତ୍ୱ ତୁଲାଇବେ । ସେହିପରି ଢେଙ୍କାନାଳ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନଙ୍କୁ କଳାହାଣ୍ଡି ଅତିରିକ୍ତ ଜିଲ୍ଲାପାଳ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଆରତୀ ସାହୁଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି ହୋଇଛି ।
ସେହିପରି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ବ୍ୟକ୍ତିଗତ ସଚିବ ଭାବେ ଓଏଏସ୍‌ ଦୀନକୃଷ୍ଣ କରଙ୍କୁ ନିଯୁକ୍ତି ମିଳିଛି । କାମାକ୍ଷାନଗର ଉପଜିଲ୍ଲାପାଳ ଜ୍ୟୋତିଶଙ୍କର ସାହୁଙ୍କୁ ଢେଙ୍କାନାଳ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି ହୋଇଛି ।

ମହିଳା ଓ ଶିଶୁ ବିକାଶ ବିଭାଗର ଉପସଚିବ ନାରାୟଣ ଚନ୍ଦ୍ର ନାୟକଙ୍କୁ କାମାକ୍ଷାନଗର ଉପଜିଲ୍ଲାପାଳ, ନରେନ୍ଦ୍ର ନାୟକଙ୍କୁ ରାୟଗଡ଼ା ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ, ରାଖାଲ ଚନ୍ଦ୍ର ପରିଡ଼ାଙ୍କୁ ବାରିପଦା ଅତିରିକ୍ତ ଉପଜିଲ୍ଲାପାଳ, ରାଜକିଶୋର ଜେନାଙ୍କୁ ଭୁବନେଶ୍ୱର ମହାନଗର ନିଗମର ଉପକମିଶନର ଓ ଆଲୋକ କୁମାର ଦେହୁରୀଙ୍କୁ ଆଠଗଡ଼ ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

ସମ୍ବନ୍ଧିତ ଖବର