ପ୍ରମୂଖ ଖବର
  • ବାରିପଦା : କଳା ବାଘ ଚମଡ଼ା ଜବତ, ୪ ଶିକାରୀ ଗିରଫ
  • ||
  • ଲିଙ୍ଗରାଜ ମନ୍ଦିର ବିବାଦକୁ ନେଇ ଆଇନ୍‌ମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ ଠାକୁରଙ୍କୁ ଉପାସ ରଖିବା ଦୁର୍ଭାଗ୍ୟଜନକ
  • ||
  • ହିନ୍ଦୋଳ : ବେଡ଼ାପଡ଼ା ଗାଁରେ ବିଏନ୍‌ଏସ୍‌-୧୬୩ ଧାରା ଲାଗୁ, ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||
  • କଟକ : ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ୱାଟର୍‌ ମାର୍କ କୋଡ୍‌, ଭାଇରାଲ୍‌ ରୋକିବାକୁ ବୋର୍ଡର ପଦକ୍ଷେପ
  • ||
  • ନବରଙ୍ଗପୁର : ଯାତ୍ରୀବାହି ବସ୍‌ ଓ ପାଇପ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା,୪ ଆହତ
  • ||
  • ବୁଧବାର ଅପରାହ୍ନରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ପାଇଁ ବନ୍ଦ ରହିବ ଦର୍ଶନ
  • ||
  • ବୌଦ୍ଧ : ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍‌, ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ୱର ବିମାନବନ୍ଦରରୁ ୪ କୋଟିର ନିଶାଦ୍ରବ୍ୟ ଜବତ, ଜଣେ ଗିରଫ
  • ||

ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ସୋଆରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ ବିମର୍ଶ

Published By : Prameya | February 2, 2024 8:34 PM

ଭୁବନେଶ୍ୱର : ଆସନ୍ତା ଫେବୃଆରି ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ୟୁନିଭର୍ସିଟି ପକ୍ଷରୁ ରବିବାର ଏବଂ ସୋମବାର ଦୁଇ ଦିନ ଧରି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଉପରେ ବିମର୍ଶ ଆୟୋଜିତ ହେବ । ଫେବୃଆରି ୪ ଓ ୫ ଦୁଇ ଦିନ ଧରି ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ ଓଡ଼ିଶା ସରକାରଙ୍କ ଓଡ଼ିଆଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୋଆର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେବ ।

ଫେବୃଆରି ୪ ତାରିଖ ଦିନ ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ କୃଷି, କୃଷକ ସଶକ୍ତିକରଣ, ମତ୍ସ୍ୟ ଏବଂ ପ୍ରାଣୀ ସମ୍ପଦ ବିଭାଗର ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମୁଖ୍ୟ ଅତିଥି ଓ ବିଶିଷ୍ଟ ସାହିତ୍ୟିକ ଶ୍ରୀ ରାସବିହାରୀ ବେହେରା ଉଦ୍‌ଘାଟକ ଭାବେ ଯୋଗ ଦେବେ । ଏହି ଅବସରରେ ପ୍ରଶାସକ, ବୁଦ୍ଧିଜୀବି ଓ ଦୈନିକ ସମ୍ବାଦପତ୍ର ‘ସକାଳ’ର ସମ୍ପାଦକ ଶ୍ରୀ ଉମାକାନ୍ତ ମିଶ୍ର ଏବଂ ମାନବ ଶିକ୍ଷାବିତ୍‌ ଓ ଗବେଷକ ଶ୍ରୀ ଜଗନ୍ନାଥ ଦାସ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ । ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବେ ।

ପ୍ରଥମ ଦିନର କାର୍ଯ୍ୟକ୍ରମରେ ଶ୍ରୀକ୍ଷେତ୍ରର ଅଭିନୟ କଳା ବିମର୍ଶ, ଶ୍ରୀଜଗନ୍ନାଥ ଚେତନା-ଦର୍ଶନ ଓ ବାସ୍ତବତା, ଓଡ଼ିଆ ସାହିତ୍ୟ ସର୍ଜନରେ ଶ୍ରୀଜଗନ୍ନାଥ ଚେତନା, ସାରୋଳଦାସ ସାହିତ୍ୟ ବିମର୍ଶ, ବଳରାମ ଦାସ ସାହିତ୍ୟ ବିମର୍ଶ, ଜଗନ୍ନାଥ ଦାସ ସାହିତ୍ୟ ବିମର୍ଶ, ମଧ୍ୟକାଳୀନ ସାହିତ୍ୟର ବିଷୟ ବୈଚିତ୍ର‌୍ୟ, ମଧ୍ୟକାଳୀନ ସାହିତ୍ୟରେ ବର୍ଣ୍ଣନା ବୈଚିତ୍ର‌୍ୟ, ଓଡ଼ିଆ ପୁରାଣ ଓ ସାହିତ୍ୟ ବିମର୍ଶ, ସନ୍ଥ ସାହିତ୍ୟ ବିମର୍ଶ ଓ ଭକ୍ତି - ପ୍ରୀତି ଚେତନା ବିମର୍ଶ ଅନ୍ତର୍ଭୁକ୍ତ  ।

ସେହିପରି ଦ୍ୱିତୀୟ ଦିନ ଜନଜାତି ନାଚ ଓ ଗୀତ, ଜନଜାତି କଥା ଓ ଗାଥା, ଜନଜାତି ଭାଷା, ଓଡ଼ିଆ ବର୍ଣ୍ଣ ଓ ଲିପି ବିମର୍ଶ, ବ୍ୟାକରଣ ବିମର୍ଶ, ଓଡ଼ିଆ ଅଭିଧାନ ବିମର୍ଶ, ପରମ୍ପରା ଓ ଆଧୁନିକତା, ଓଡ଼ିଆ ପାରମ୍ପରିକ ସଂଗୀତ, ଓଡ଼ିଆ ପାରମ୍ପରିକ ଅଭିନୟ କଳା, ଓଡ଼ିଆ ପାରମ୍ପରିକ ଚିତ୍ରକଳା, ଓଡ଼ିଆ ଶ୍ରାବ୍ୟକାବ୍ୟରେ ଆଧୁନିକତା, ଓଡ଼ିଆ କଥାକାବ୍ୟରେ ଆଧୁନିକତା ଓ ଓଡ଼ିଆ ଦୃଶ୍ୟକାବ୍ୟରେ ଆଧୁନିକତା ଭଳି ବିଷୟବସ୍ତୁ ଉପରେ ଆଲୋଚନା ହେବ । ଫେବୃଆରି ୫ ତାରିଖ ଦିନ ଆୟୋଜିତ ହେବାକୁ ଥିବା ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ବିଶିଷ୍ଟ ଓଡ଼ିଆ ଔପନ୍ୟାସିକ, ଆଲୋଚକ, ସ୍ତମ୍ଭକାର ଓ ଶିକ୍ଷାବିତ୍‌ ଶ୍ରୀ ବିଭୁତି ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରାଯିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.