ପ୍ରମୂଖ ଖବର
  • ଇଷ୍ଟଦେବୀଙ୍କୁ ଲାଗି ହେଲା ନବାନ୍ନ, ସମ୍ବଲପୁର ଅଧିଷ୍ଠାତ୍ରୀ ମା ସମଲେଶ୍ବରୀଙ୍କୁ ଲାଗି ହେଲା ନବାନ୍ନ
  • ||
  • ଆସନ୍ତା ୩୦ରୁ ଭିତରକନିକାରେ ପକ୍ଷୀ ଗଣନା, ପ୍ରତି ଦଳରେ ୭ ଜଣ ସାମିଲ ହେବେ
  • ||
  • କନ୍ଧମାଳ: ଦୋକାନ ଭିତରକୁ ମାଡ଼ିଗଲା କାର୍‌; ସ୍ୱାମୀ ମୃତ, ସ୍ତ୍ରୀ ଗୁରୁତର
  • ||
  • ମହାନଦୀ ଜଳ ବିବାଦ, ଆଜି ରାୟପୁରରେ ଗୋଲଟେବୁଲ ବୈଠକ
  • ||
  • LOC ନିକଟ ଗୁରେଜ ସେକ୍ଟରରେ ଏନକାଉଣ୍ଟର, ୨ ଆତଙ୍କୀ ନିହତ
  • ||
  • ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବ ମୁଖର ପଶ୍ଚିମ ଓଡ଼ିଶା, ଗାଁ ଖୁଇଲ୍‌ ଗହଗହ
  • ||
  • ଲଘୁଚାପ ପ୍ରଭାବ: ଆସନ୍ତା ୩୦ ଯାଏ ବିକ୍ଷିପ୍ତ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଆଲର୍ଟ
  • ||

ଉପମୁଖ୍ୟମନ୍ତ୍ରୀଙ୍କ ସହଯୋଗରେ କେରଳରୁ ଫେରିଲା ମୃତଦେହ; ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published By : Rasmita Pradhan | August 28, 2025 3:14 PM

ପୁରୀ, ୨୮/୮ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସହଯୋଗରେ କେରଳରୁ ଫେରିଲା ପ୍ରବାସୀ ଓଡ଼ିଆ ଶ୍ରମିକଙ୍କ ମରଶରୀର। ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ ବଡ଼ମାଛପୁର ଗାଁର ବିଜୟ ନାୟକଙ୍କର ମରଶରୀର ଗୁରୁବାର ସକାଳ ୧୧ଟାରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଥିଲା। ଉପମୁଖ୍ୟମନ୍ତ୍ରୀ ବିମାନବନ୍ଦରରେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇଥିଲେ।

ନିମାପଡ଼ା ବ୍ଲକ ବଡ଼ମାଛପୁର ଗାଁର ବିଜୟ ନାୟକ କାମ କରିବା ପାଇଁ କେରଳ ଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କର ମରଶରୀରକୁ କେରଳରୁ ଆଣିବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉଦ୍ୟମ କରିଥିଲେ। ଆଜି ବିମାନବନ୍ଦରରେ ବିଜୟଙ୍କ ମରଶରୀର ପହଞ୍ଚିବା ପରେ ଉପମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ତାଙ୍କ ଭାଇ ପପ୍ପୁ ନାୟକ ଓ ଗ୍ରାମବାସୀଙ୍କୁ ହସ୍ତାନ୍ତର କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୟଙ୍କ ବିୟୋଗରେ ଶୋକବ୍ୟକ୍ତ କରିବା ସହ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଶୋକସନ୍ତପ୍ତ ପରିବାର ପାଇଁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି।

ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ତରଫରୁ ଶ୍ରମ ଆୟୁକ୍ତ, ପୁରୀ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କ ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଜିଲ୍ଲା ଶ୍ରମ ଅଧିକାରୀ ପ୍ରଭାକର ବିଶ୍ଵାଳ, ପୁରୀ ପ୍ରଭାଗୀୟ ଶ୍ରମ ଆୟୁକ୍ତ ଚୌଧୁରୀ ସୁବ୍ରତ କୁମାର ଜେନା, ସହକାରୀ ଶ୍ରମ ଅଧିକାରୀ ଚିନ୍ମୟ ପ୍ରିୟଦର୍ଶୀ, ପ୍ରିୟଙ୍କା ପ୍ରିୟଦର୍ଶିନୀ, ବିମାନବନ୍ଦର ପର୍ଯ୍ୟଟନ ଅଧିକାରୀ ମଧୁସ୍ମିତା ଶୁକ୍ଲା ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ବିଜୟ ନାୟକଙ୍କ ମରଶରୀରକୁ ଆମ୍ବୁଲାନ୍ସ ଯୋଗେ ପରିବାର ସହ ତାଙ୍କ ଜନ୍ମସ୍ଥାନକୁ ପଠାଯାଇଥିଲା।






Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.