ପ୍ରମୂଖ ଖବର
  • ଚନ୍ଦନେଶ୍ଵର: କଟକଣା ନମାନିବା ପଡ଼ିଲା ମହଙ୍ଗା, ୨ବୋଟ ସହ ମାଲିକକୁ ଧରିଲା ପୁଲିସ
  • ||
  • ମାଲକାନିରି: ପୁଣି ୧୭ ମାଓବାଦୀଙ୍କ ଆତ୍ମସମର୍ପଣ, ୫୦ ହଜାର ଚେକ୍ ପ୍ରଦାନ କଲେ ଏସ୍‌ପି
  • ||
  • ପାକିସ୍ତାନରେ ଭୂକମ୍ପ ଝଟକା , ରେକ୍ଟର ସ୍କେଲରେ ୪.୨ ତୀବ୍ରତା ରେକର୍ଡ
  • ||
  • ବହୁର୍ଚ୍ଚିତ ନବ ଦାସ ହତ୍ୟା ଘଟଣା, ଗାନ୍ଧି ଛକ ଫଣ୍ଡିରେ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼
  • ||
  • ୩ ବର୍ଷ ପରେ ଅଙ୍କିତାଙ୍କୁ ମିଳିଲା ନ୍ୟାୟ; ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ
  • ||
  • 'ପାକିସ୍ତାନ କାଶ୍ମୀରକୁ ଭୁଲିବନି କି ଛାଡ଼ିବନି '; ପାକ୍‌ ସେନାମୁଖ୍ୟ ଆସିମ୍‌ ମୁନୀରଙ୍କ ମୁହଁଫୁଟାଣି
  • ||
  • ସୁନ୍ଦରଗଡ଼ : ପ୍ଲାଣ୍ଟରେ ଶ୍ରମିକଙ୍କ ଉପରେ ମାଡ଼ିଗଲା ଆଇରନ୍‌ ବୋଝେଇ ଟ୍ରକ୍, କ୍ଷତିପୂରଣ ଦାବିରେ ଉତ୍ତେଜନା
  • ||
  • ରାୟଗଡ଼ା :ଯୁବ ବ୍ୟବସାୟୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କା ସହ ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସିକ୍କିମ ଦୁର୍ଘଟଣାରେ ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର ନିଖୋଜ
  • ||
  • ସମ୍ୱଲପୁର : ବସ୍‌କୁ ପଛରୁ ପିଟିଲା କୋଇଲା ବୋଝେଇ ଟ୍ରକ୍‌, ୨୦ ଆହତ
  • ||
  • ସିକ୍କିମରେ ଟୁରିଷ୍ଟ ଗାଡି ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଯାତ୍ରୀଙ୍କ ସୁରକ୍ଷା ଓ ଚିକିତ୍ସା ପରିଚାଳନା ପାଇଁ ଓଡ଼ିଶାରୁ ଯିବ ଟିମ୍
  • ||
  • ନୟାଗଡ଼ : ବାଣୁଆ ଗୁଳିରେ ଆମ୍ୱ ଗୋଟାଳି ମୃତ, ଶିକାରୀକୁ ଅଟକ ରଖିଲେ ଗ୍ରାମବାସୀ
  • ||
  • ଶୁକ୍ରବାର ବିଏମ୍‌ସି ବୈଠକ: ଉଠିବ ବିଧାୟକଙ୍କ ପାଇଁ ଏସ୍‌ଓପି ଦାବି, ବିଜେଡି କର୍ପୋରେଟର ହୋ ହଲ୍ଲା କରିବେ
  • ||
  • ବଲାଙ୍ଗୀର : ବଜ୍ରାଘାତରେ ଯୁବକଙ୍କ ମୃତ୍ୟୁ
  • ||
  • IPL 2025: ଆଜି ମୁମ୍ବାଇ-ଗୁଜରାଟ ଏଲିମିନେଟର ଲଢ଼େଇ, ପରାଜିତ ଦଳ ହେବ ବିଦା
  • ||
  • ‘ଅପରେସନ ସିଲ୍ଡ’, ଆଜି ପାକିସ୍ତାନ ସୀମାରେ ଦ୍ୱିତୀୟ ନାଗରିକ ସୁରକ୍ଷା ମକ୍‌ଡ୍ରିଲ
  • ||
  • ଅନୁଗୁଳ : ଭିଜିଲାନ୍ସ ପଞ୍ଝାରେ RD ବିଭାଗର ମୁଖ୍ୟଯନ୍ତ୍ରୀ, ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କର ଦେହାନ୍ତ, ରାଜ୍ୟର ପ୍ରଥମ ବିଜେପି MLA ଥିଲେ
  • ||
  • ଗଭୀର ଅବପାତ ପଳେଇଲା, ବଡ଼ ବର୍ଷା ହେଲାନି: ଆଜିଠୁ କମିବ ବର୍ଷା, ଜୁନ୍ ୧ରୁ ୩ ଯାଏ ବଢ଼ିବ ତାପମାତ୍ରା
  • ||
  • ପାଣି ଟାଙ୍କିରେ ପଡ଼ି ନାବାଳିକା ମୃତ୍ୟୁ ଘଟଣା: ରାତି ଅଧରେ ହେଲା ଶବ ବ୍ୟବଚ୍ଛେଦ
  • ||

ଓଡିଶା ଦୁଃସାହସିକ ପର୍ଯ୍ୟଟନ ନିର୍ଦ୍ଦେଶାବଳୀ ଚୁଡାନ୍ତ : ସାତକୋଶିଆରେ ରାଫ୍ଟିଙ୍ଗ୍, ହୀରାକୁଦରେ ହଟ୍ ଏୟାର ବେଲୁନ୍ ପର୍ଯ୍ୟଟନର ବିକାଶ କରାଯିବ

Published By : Suraj Kumar | May 20, 2025 11:06 PM

ଭୁବନେଶ୍ୱର, ୨୦।୫ : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ମଙ୍ଗଳବାର  ଅନୁଷ୍ଠିତ ହୋଇଯାଇଛି।  ଏଥିରେ ଓଡିଶା ଦୁଃସାହସିକ ପର୍ଯ୍ୟଟନ ନିର୍ଦ୍ଦେଶାବଳୀକୁ ଚୁଡାନ୍ତ କରାଯାଇଛି । 

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅନ୍ୟାନ୍ୟ କ୍ଷେତ୍ର ସହିତ ପର୍ଯ୍ୟଟନ କ୍ଷେତ୍ରରେ ମଧ୍ୟ ‘ଥିଙ୍କ୍ ଇଣ୍ଡିଆ, ଥିଙ୍କ୍ ଓଡିଶା’ ଦୃଷ୍ଟିଭଙ୍ଗୀ ନେଇ ଓଡିଶାରେ ପର୍ଯ୍ୟଟନ ପ୍ରକଳ୍ପ ଗୁଡିକର ବିକାଶ କରାଯିବ । ଦୁଃସାହସିକ ପର୍ଯ୍ୟଟନ କ୍ଷେତ୍ରକୁ ଏପରି ଆକର୍ଷଣୀୟ କରାଯିବ, ଯେପରି ଲୋକ ଭାରତକୁ ଆସିବା କଥା ଚିନ୍ତା କଲେ, ପ୍ରଥମେ ଓଡିଶା କଥା ତାଙ୍କ ମନକୁ ଆସିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ବିକଶିତ ଭାରତ-୨୦୪୭ର ପରିକଳ୍ପନା ସହିତ ତାଳଦେଇ ଓଡିଶାର ବିଭିନ୍ନ କ୍ଷେତ୍ରର ବିକାଶ ପାଇଁ ଯୋଜନା କରାଯାଉଛି ଏବଂ ପର୍ଯ୍ୟଟନ ମଧ୍ୟ ଆମ ସରକାରଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଓଡିଶାର ବିକାଶ ପାଇଁ ଯେଉଁ ବ୍ୟାପକ ଦୃଷ୍ଟିଭଙ୍ଗୀ ରଖାଯାଇଛି, ଏହି ନିର୍ଦ୍ଦେଶାବଳୀ ତାହାର ଏକ ଅଂଶବିଶେଷ । ଓଡିଶାରେ ଥିବା ବିଭିନ୍ନ ପ୍ରାକୃତିକ ସୌନ୍ଦର୍ଯ୍ୟମୟ ଓ ରୋମାଞ୍ଚକ ସ୍ଥାନ ଗୁଡିକୁ ଦୁଃସାହସିକ ପର୍ଯ୍ୟଟନର ପ୍ରମୁଖ ଗନ୍ତବ୍ୟସ୍ଥଳୀ ଭାବରେ ବିକଶିତ କରିବା ଏହାର ଲକ୍ଷ୍ୟ। ଓଡିଶାର ସମସ୍ତ ୩୦ଟି ଜିଲ୍ଲାରେ ଏହି ଦୁଃସାହସିକ ପର୍ଯ୍ୟଟନର ସମ୍ଭାବନା ଥିବା ସ୍ଥାନ ଗୁଡିକର ମ୍ୟାପିଙ୍ଗ୍ କରାଯାଇ ଏଗୁଡିକର ବିକାଶ କରାଯିବ। ସାତକୋଶିଆରେ ରାଫ୍ଟିଙ୍ଗ୍ ଓ ହୀରାକୁଦ ଉପରେ ହଟ୍ ଏୟାର ବେଲୁନ୍ ପର୍ଯ୍ୟଟନର ବିକାଶ ସହିତ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଏହିପରି ପର୍ଯ୍ୟଟନ ସୁବିଧାର ବ୍ୟବସ୍ଥା କରାଯିବାର ଲକ୍ଷ୍ୟ ରଖାଯାଇଛି।

ଏହି ପର୍ଯ୍ୟଟନ ଲୋକପ୍ରିୟ ହେବା ସହିତ ଏହା ରାଜ୍ୟର ଯୁବଶକ୍ତି ପାଇଁ ମଧ୍ୟ ବ୍ୟାପକ ସୁଯୋଗ ସୃଷ୍ଟି କରିବ। ଏହି ନିର୍ଦ୍ଦେଶାବଳୀ ଅନୁଯାୟୀ, ଜଳ,ସ୍ଥଳ ଓ ଆକାଶ- ବିଭିନ୍ନ ଦୁଃସାହସିକ ପର୍ଯ୍ୟଟନ ପାଇଁ ଯୁବବର୍ଗଙ୍କୁ ତାଲିମ ଓ ପ୍ରମାଣପତ୍ର ଦିଆଯିବ। ଏହା ଦ୍ୱାରା ସେମାନଙ୍କ ପାଇଁ ବ୍ୟାପକ ନିଯୁକ୍ତିର ସମ୍ଭାବନା ସୃଷ୍ଟି ହୋଇପାରିବ । ଏଥିପାଇଁ ଘରୋଇ କ୍ଷେତ୍ରର ଅଂଶଗହଣକୁ ମଧ୍ୟ ପ୍ରୋତ୍ସାହନ ଦିଆଯିବ । ‘Go Adventure’ ପୋର୍ଟାଲ ଜରିଆରେ ଘରୋଇ କ୍ଷେତ୍ରର ଅଂଶଗ୍ରହଣକୁ ଅନୁମୋଦନ ଦିଆଯିବ । 

ପର୍ଯ୍ୟଟନ କ୍ଷେତ୍ରରେ ନିବେଶ ପାଇଁ ଘରୋଇ ସଂସ୍ଥା ଗୁଡିକୁ ଓଡିଶା ପର୍ଯ୍ୟଟନ ନୀତି-୨୦୨୨ ଅଧିନରେ ଆକର୍ଷଣୀୟ ପ୍ରୋତ୍ସାହନ ପ୍ରଦାନ କରିବା ପାଇଁ ମଧ୍ୟ ବ୍ୟବସ୍ଥା ରଖା ଯାଇଛି । ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ପର୍ଯ୍ୟଟନ କ୍ଷେତ୍ରରେ ଓଡିଶାକୁ ଏକ ଆକର୍ଷଣୀୟ କେନ୍ଦ୍ର ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି ରହିବ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ପର୍ଯ୍ୟଟନ ବିଭାଗର କମିଶନର ତଥା ଶାସନ ସଚିବ ବଲୱନ୍ତ ସିଂହ ଉପସ୍ଥିତ ଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.