ଭୁବନେଶ୍ୱର,୨୧/୦୫: ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ ଅନୁଷ୍ଠିତ ହେବ । ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ମତଦାନ ହେବ । ଏନେଇ ମେ' ୨୨ରେ ବିଜ୍ଞପ୍ତି ପ୍ରକାଶ ପାଇବ । ମେ' ୨୬ରୁ ୩୧ ନାମାଙ୍କନ ଦାଖଲ ହେବ । ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରି ହେବ । ଜୁନ୍ ୨୪ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ।
ପଞ୍ଚାୟତ ନିର୍ବାଚନ ନେଇ ଆସନ୍ତା ୨୨ ତାରିଖ ସକାଳ ୧୦ଟାରେ ବ୍ଳକ, ପଞ୍ଚାୟତ ଓ ନିର୍ଦ୍ଦିଷ୍ଟ ୱାର୍ଡରେ ନୋଟିସ୍ ଜାରି କରାଯିବ। ଆସନ୍ତା ୨୬, ୨୯, ୩୦ ଓ ୩୧ ତାରିଖ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରି ହେବ । ସରପଞ୍ଚ ପାଇଁ ବ୍ଲକ୍ ଅଫିସ ଏବଂ ୱାର୍ଡ ମେମ୍ବର ପ୍ରାର୍ଥୀ ପଞ୍ଚାୟତ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିବେ। ଜୁନ୍ ୨ରେ ନାମାଙ୍କନପତ୍ର ଯାଞ୍ଚ ପରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ।
ଆସନ୍ତା ୪ ତାରିଖ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ତା’ପରେ ପଞ୍ଚାୟତ ଅଫିସରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଜୁନ୍ ୨୩ ତାରିଖ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ମତଦାନ କେନ୍ଦ୍ରରେ ଭୋଟ୍ ଗ୍ରହଣ ହେବ । ୨୪ ତାରିଖ ସକାଳ ୮ଟାରୁ ବ୍ଳକ୍ ଅଫିସରେ ଭୋଟ୍ ଗଣତି ହେବ । ଏନେଇ ରାଜ୍ୟ ନିର୍ବାଚନ କମିଶନ ବିଜ୍ଞପ୍ତି ଜାରି କରିଛନ୍ତି ।