ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ମଙ୍ଗଳବାରଠୁ ବିଧାନସଭାର ଶୀତ ଅଧିବେଶନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜିପି

Published By : Prameya | November 25, 2024 12:41 PM

ଭୁବନେଶ୍ୱର ୨୫/୧୧: ମଙ୍ଗଳବାରଠୁ ବିଧାନସଭାର ଶୀତ  ଅଧିବେଶନ । ଚାଲିବ ଡିସେମ୍ବର ଶେଷ  ପର୍ଯ୍ୟନ୍ତ । ଆକ୍ରମଣ-ପ୍ରତି ଆକ୍ରମଣରେ  ବେଶ୍‌ କମ୍ପିଥିଲା ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ । ଯେତିକି ଆକ୍ରମଣ  ବିରୋଧୀ କରିଥିଲେ, ତା’ଠାରୁ ଢେର ଅଧିକ ପାଲଟା ଆକ୍ରମଣ କରିଥିଲେ ସରକାରୀ ଦଳ ।

ଏଥିପାଇଁ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ବିଧାନସଭା ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ଅଧିବେଶନ ଚାଲିଥିବା ବେଳେ ଭୁବନେଶ୍ୱରକୁ  ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ଓ ତିନିଦିନିଆ ଡିଜିପି  ସମ୍ମିଳନୀ ଭଳି ବହୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ରହିଛି ।  ଏହି କାର୍ଯ୍ୟକ୍ରମ ଭିତରେ କିଭଳି ଗୃହର ସୁରକ୍ଷାକୁ ଠିକ  ଭାବେ ଧ୍ୟାନ ଦିଆଯିବ, ତାହା ଡିଜିପି ଅନୁଧ୍ୟାନ କରିଛନ୍ତି। ଏଥି ସହିତ ବରିଷ୍ଠ ଅଧିକାରୀ ଏବଂ ଭୁବନେଶ୍ବର ପୋଲିସ କମିଶନ ଏବଂ ଡିସିପିଙ୍କ ସହ ସୁରକ୍ଷା ବ୍ୟବସ୍ଥା ନେଇ ଆଲୋଚନା କରିଛନ୍ତି। 

ବିଧାନସଭାର ଶୀତ କାଳିନ ଅଧିବେସନ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ବିଧାନସଭାରେ ନିୟୋଜିତ ହେବେ ୨୪ ପ୍ଲାଟୁନ ଫୋର୍ସ।  ଡିସିପିଙ୍କ ନେତୃତ୍ବରେ ୮ ଜଣ ଆଡିସିନାଲ ଡିସିପି ,  ୨ କମ୍ପାନି  ସିଆର୍‌ପିଏଫ , ୨ ୟୁନିଟ ସ୍ପେସାଲ ଟାକ୍ଟିକାଲ ୟୁନିଟ୍ , ୪ ପ୍ଲାଟୁନ ଏସଓଜି, ଡଗ ସ୍କାର୍ଡ, ବମ୍ବ ସ୍କାର୍ଡ , ସାଧା  ପୋଷାକରେ ରାଜଧାନୀର ବିଭିନ୍ନ ସ୍ଥାନରେ ଗୁଇନ୍ଦା ଅଧିକାରୀ ମାନେ ନିୟୋଜିତ ହେବେ। ବିଧାନସଭା ସମୟରେ ଗାନ୍ଧୀ ମାର୍ଗକୁ ସିସିଟିଭି ନଜରରେ ରହିବ । ବିଧାନସଭା ପାଇଁ କମିଶନରେଟ ପୋଲିସ ପକ୍ଷରୁ ୮ ଗୋଟି ଅସ୍ଥାୟୀ କ୍ୟାମ୍ପ କାର୍ଯ୍ୟାଳୟ ପ୍ରସ୍ତୁତ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.