ପ୍ରମୂଖ ଖବର
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ବାଲେଶ୍ୱର ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା, ରାଷ୍ଟ୍ରପତିଙ୍କୁ ଫେରାଦ ହେବ ମହିଳା ବିଜେଡ଼ି

Published By : Prameya | July 14, 2025 11:12 AM

ଭୁବନେଶ୍ୱର,୧୪/୦୭: ରାଜ୍ୟରେ ନାରୀ ସୁରକ୍ଷା  ବିପର୍ଯ୍ୟସ୍ତ ହୋଇଗଲାଣି । ରାଜ୍ୟରେ ୧୩ ମାସର ବିଜେପି  ଶାସନରେ ମହିଳା, ଛାତ୍ରୀ ଅସୁରକ୍ଷିତ ହୋଇ ପଡ଼ିଛନ୍ତି ।  ଗୋଟିଏ ପରେ ଗୋଟିଏ ଲଜ୍ଜ୍ୟାଜନକ ଘଟଣା ସାମ୍ନାକୁ  ଆସୁଛି । ହେଲେ ସରକାର ନିଦା ବିଷ୍ଣୁ ସାଜିଛନ୍ତି । ଏପରି  ଅଭିଯୋଗ ନେଇ ରାଷ୍ଟ୍ରପତିଙ୍କୁ ଫେରାଦ ହେବ ବିଜୁ ମହିଳା  ଜନତା ଦଳ । ଏନେଇ ରବିବାର ଇ-ମେଲ୍‌ ମାଧ୍ୟମରେ  ରାଷ୍ଟ୍ରପତିଙ୍କ ସହ ସାକ୍ଷାତ କରିବା ପାଇଁ ଅନୁରୋଧ  କରିଛି ଦଳ । 

ରବିବାର ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ  ସମ୍ମିଳନୀରେ ଦଳର ବିଧାୟକ ପ୍ରମିଳା ମଲ୍ଲିକ କହିଛନ୍ତି,  ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାରେ  ରାଜ୍ୟ ସରକାରଙ୍କ ଭୂମିକା ସନ୍ଦେହ ଘେରରେ । ପୀଡ଼ିତା  ଛାତ୍ରୀ ଭାବେ କଲେଜ କର୍ତ୍ତୃପକ୍ଷଙ୍କଠୁ ଆରମ୍ଭ କରି ସ୍ଥାନୀୟ  ସାଂସଦ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ, ଶିକ୍ଷାମନ୍ତ୍ରୀଙ୍କ ପାଖେ  ଅଭିଯୋଗ କରି ନିରାଶ ହୋଇଥିଲେ । 

ପୂର୍ବତନ ମନ୍ତ୍ରୀ  ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି, ପୀଡ଼ିତାଙ୍କ ପରିବାରଙ୍କ ସହ  କଥାବାର୍ତ୍ତାରୁ ଜଣାପଡ଼ିଛି, ଅଧ୍ୟକ୍ଷ ଛାତ୍ରୀଙ୍କୁ ନ୍ୟାୟ ଦେବା ପରିବର୍ତ୍ତେ ଅଭିଯୁକ୍ତ ଅଧ୍ୟାପକଙ୍କ ସମ୍ମୁଖରେ ଛାତ୍ରୀଙ୍କୁ ଡାକି  ଅଭିଯୋଗ ପ୍ରତ୍ୟାହାର କରିବାକୁ କହିଥିଲେ । ଏମ୍‌ସରେ  ପୀଡ଼ିତା ଚିକିତ୍ସିତ ହେଉଥିବା ବେଳେ ବିଜେପିର କିଛି  ଗୁଣ୍ଡା ଶ୍ରେଣୀୟ ଯୁବକ ବାହାରେ ଜଗି ବସିଛନ୍ତି । ପୀଡ଼ିତାଙ୍କୁ  ଭେଟିବାକୁ ଯାଉଥିବା ସଂଗଠନର ସଦସ୍ୟ, ବ୍ୟକ୍ତିଙ୍କୁ  ଦୁର୍ବ୍ୟବହାର କରୁଛନ୍ତି ଓ ବାଧା ଦେଉଛନ୍ତି । ଟୁକୁନି ସାହୁ  କହିଛନ୍ତି, ଦୁଇ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଆସୁଥିବା ବେଳେ ବିଜୁ ମହିଳା ଜନତା ଦଳର ଏକ ପ୍ରତିନିଧିମଣ୍ଡଳୀ  ତାଙ୍କୁ ଭେଟି ଆଲୋଚନା କରିବାକୁ ଚାହୁଁଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.