ଭୁବନେଶ୍ୱର, ୨୨/୦୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଆମୋନିଆ ଗ୍ୟାସ୍ ଲିକ୍ ଟ୍ରାଜେଡି। ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଓଡ଼ିଶାରୁ ୪ଜଣ ପ୍ରାଣ ହରାଇଛନ୍ତି। ସମସ୍ତ ମୃତକଙ୍କ ପରିବାରବର୍ଗଙ୍କୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରକୁ CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି।
ସୂଚନାଯୋଗ୍ୟ ଯେ, ଦୁର୍ଘଟଣାଗ୍ରସ୍ତ ଶ୍ରମିକମାନଙ୍କ ସହାୟତା ପାଇଁ ଓଡ଼ିଶା ସରକାର ନିରନ୍ତର ତାମିଲନାଡୁ ପ୍ରଶାସନ ସହ ଯୋଗାଯୋଗରେ ଅଛନ୍ତି। ରବିବାର ଓଡ଼ିଶାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ତାମିଲନାଡୁର ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା କରିଥିଲେ। ଆହତ ଓଡ଼ିଆ ଶ୍ରମିକମାନେ ଯେଭଳି ଉପଯୁକ୍ତ ଚିକିତ୍ସା ହୋଇପାରିବ ଏବଂ ଅନ୍ୟାନ୍ୟ ସହାୟତା ଠିକ୍ ଭାବରେ ମିଳିପାରିବ, ସେ ବିଷୟରେ ଆଲୋଚନା କରିଥଲେ ।
ସେପଟେ ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏହି ଘଟଣା ତାଙ୍କୁ ଅତ୍ୟନ୍ତ ମର୍ମାହତ କରଛି । ଦୁଃଖଦ ଘଟଣାରେ ପ୍ରାଣ ହରାଇଥିବା ଶ୍ରମିକମାନଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଆହତ ଓଡ଼ିଆ ଶ୍ରମିକମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ସିଏମ୍।
ଆହୁରି ପଢନ୍ତୁ- ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା : ଓଡ଼ିଶା ଶ୍ରମିକଙ୍କ ସହାୟତା ପାଇଁ ଚେନ୍ନାଇରେ ପହଞ୍ଚିଲେ ଓଡ଼ିଶା ଟିମ୍, ମୃତକଙ୍କ ହେବ ପୋଷ୍ଟମର୍ଟମ
Suresh Pujari | ପ୍ରତି ୫ରୁ ୭ ବର୍ଷରେ ତାପମାତ୍ରା ବୃଦ୍ଧି ଯୋଗୁଁ ଏଲନିନୋ ଆସେ ,ଏହା ଏକ ଜଳବାୟୁ ପରିବର୍ତ୍ତନ