ପ୍ରମୂଖ ଖବର
  • ବଲାଙ୍ଗୀର : ବାଇକ୍‌କୁ ଧକ୍କା ଦେଲା ଟ୍ରକ୍: ଜଣେ ମୃତ, ଜଣେ ଆହତ
  • ||
  • ବିଧାନସଭାରେ ସ୍ବାଭାବିକ ଚାଲିଛି ପ୍ରଶ୍ନକାଳ, ଗୃହ ବାହାରେ ଗଙ୍ଗାପାଣି ଛିଞ୍ଚି ଅଭିନବ ପ୍ରତିବାଦ କଲା ବିଜେଡି
  • ||
  • ମୟୂରଭଞ୍ଜ : ଅନ୍ଵେଷା ହଷ୍ଟେଲରେ ଛାତ୍ରୀଙ୍କ ମୃତ୍ୟୁ ଘଟଣା, ବିଳମ୍ଵିତ ରାତିରେ ହଷ୍ଟେଲ ଛାଡ଼ିଲେ ଅନ୍ତେବାସୀ
  • ||
  • ଦେବଗଡ଼ : ଅଧୁରା ରହିଗଲା ଚାକିରି ସ୍ୱପ୍ନ, ଦୌଡ଼ିବା ବେଳେ ଟଳି ପଡ଼ିଲେ ହୋମଗାର୍ଡ ଆଶାୟୀ
  • ||
  • ଆଇପିଏଲ୍‌ ୨୦୨୫: ଆଜି ସନରାଇଜର୍ସ-ସୁପରଜାଏଣ୍ଟସ ମଧ୍ୟରେ ଲଢ଼େଇ, ବିସ୍ଫୋରକ ବ୍ୟାଟିଂ ମୁଖ୍ୟ ଆକର୍ଷଣ
  • ||
  • ରାୟଗଡ଼ା : ମୁକୁନ୍ଦପୁର ଘାଟିରେ ଓଲଟିଲା ବସ୍‌, ୩ ଗୁରୁତର
  • ||
  • ସରକାରଙ୍କ ବିରୋଧରେ କଂଗ୍ରେସର ରଣ ହୁଙ୍କାର, ଆଜି ବିଧାନସଭା ଘେରିବ, ରାଜ ରାସ୍ତାରେ ଗର୍ଜିବ
  • ||
  • ରାଜ୍ୟରେ ଉପରମୁହାଁ ତାତି, ୨୯ରୁ ପୁଣି ଜଳାଇବ ଖରା: ପଶ୍ଚିମ, କେନ୍ଦ୍ରୀୟ ଓଡ଼ିଶାରେ ୪୦ ଡିଗ୍ରୀ ଟପିବ
  • ||

ମାର୍ଚ୍ଚ ୩ରେ ଜନଅଭିଯୋଗ ଶୁଣାଣି: ଆରମ୍ଭ ହେଲା ପଞ୍ଜୀକରଣ, ସର୍ବାଧିକ ୧୦୦୦ଜଣଙ୍କୁ ସୁଯୋଗ

Published By : Prameya | February 28, 2025 12:10 PM

ଭୁବନେଶ୍ୱର, ୨୮/୦୨: ଆସନ୍ତା ମାର୍ଚ୍ଚ ୩  ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର  ଆୟୋଜିତ ହେବ । ଭୁବନେଶ୍ୱର ୟୁନିଟ-୫ସ୍ଥିତ  ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆୟୋଜନ ହେବାକୁ  ଥିବା ଏହି ଜନ ଶୁଣାଣି ପାଇଁ ଶୁକ୍ରବାର ପୂର୍ବାହ୍ଣ ୧୧ଟାରୁ ଅନଲାଇନ୍‌ ପଞ୍ଜୀକରଣ ଆରମ୍ଭ ହୋଇଛି। ସର୍ବାଧିକ  ୧୦୦୦ ଅଭିଯୋଗକାରୀ ସେମାନଙ୍କ ନାଁ ପଞ୍ଜୀକରଣ  କରିପାରିବେ । ତେବେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲhttps://janasunani.odisha.gov.in/ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ  ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ତେବେ  ଅଭିଯୋଗ ପ୍ରକୋଷ୍ଠକୁ ଆସିବା ବେଳେ ସାଙ୍ଗରେ ବ୍ୟକ୍ତିଗତ ପରିଚୟପତ୍ର,  ଅଭିଯୋଗପତ୍ର ସହ ଆସିବେ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ  ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.